ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ ବାଧ୍ୟତାମୂଳକ ଅବସର (ଭିଆରଏସ୍‌) ନେବାକୁ ଗୃହ ବିଭାଗରେ ଆବେଦନ କରିଛନ୍ତି। ଉକ୍ତ ଆବେଦନପତ୍ରରେ ଏହାର କାରଣ ମଧ୍ୟ ଉଲ୍ଲେଖ କରିଛନ୍ତି। ତେବେ ୧୫ଦିନ ତଳେ ହୋଇଥିବା ଏହି ଆବେଦନକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ଅଭିଯୋଗ ହେବା ପରେ ଘଟଣା ପଦାକୁ ଆସିଛି। ଜଣେ ତଦନ୍ତ ଅଧିକାରୀ ହଠାତ୍‌ ଭିଆର୍‌ଏସ୍‌ ନେବା ଘଟଣାକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ମାମଲାରେ ବଡ଼ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବାରୁ ମାମଲାକୁ ପ୍ରଭାବିତ କରିବା ପାଇଁ ଚାପ ପକାଇ ଭିଆର୍‌ଏସ୍‌ ନେବାକୁ ବାଧ୍ୟ କରାଯାଉଥିବା କୁହାଯାଉଛି। ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ ଏନ୍‌ଏଚ୍‌ଆର୍‌ସିରେ ଏଭଳି ଗୁରୁତର ଅଭିଯୋଗ କରିବା ସହ କମିଶନ ନିଜ ପକ୍ଷରୁ ଏକ ଟିମ୍‌ ଗଠନ କରି ତଦନ୍ତ କରିବାକୁ ନିବେଦନ କରିଛନ୍ତି।
ଆବେଦନକାରୀ ଦର୍ଶାଇଛନ୍ତି ଯେ, ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ମାମଲାର ତଦନ୍ତ କରୁଥିଲେ ଡିଏସ୍‌ପି ସରୋଜକାନ୍ତ ମହନ୍ତ। ସେ ନିକଟରେ ଭିଆର୍‌ଏସ୍‌ ପାଇଁ ଗୃହ ବିଭାଗରେ ଆବେଦନ କରିଛନ୍ତି। ତାଙ୍କୁ ବାଧ୍ୟତାମୂଳକ ଭିଆର୍‌ଏସ୍‌ ନେବା ପଛରେ ଜଣେ ଆଇପିଏସ୍‌ ଅଧିକାରୀଙ୍କ ହାତ ରହିଛି। ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ଏକାଧିକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି। ତେଣୁ ମାମଲାକୁ ଦୁର୍ବଳ କରିବାକୁ ଡିଏସ୍‌ପିଙ୍କୁ ଚାପ ପକାଇ ଭିଆର୍‌ଏସ୍‌ ନେବାକୁ କୁହାଯାଇଛି। ସରୋଜକାନ୍ତ ଏବଂ ତାଙ୍କ ପରିବାର ପ୍ରତି ବିପଦ ଥିବାରୁ ସେ ବାଧ୍ୟ ହୋଇ ଭିଆର୍‌ଏସ୍‌ ପାଇଁ ଆବେଦନ କରିଛନ୍ତି। ତେଣୁ ଆୟୋଗ ଏକ ଟିମ୍‌ ଗଠନ କରି ତଦନ୍ତ କରିବା ସହ ସରୋଜକାନ୍ତ ଓ ତାଙ୍କ ପରିବାର ଲୋକଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଆଦେଶ ଦିଅନ୍ତୁ। ଭିଆର୍‌ଏସ୍‌ର ସମସ୍ତ ଡକ୍ୟୁମେଣ୍ଟ ଏବଂ ଓଟିଇଟି ତଦନ୍ତ ଫାଇଲ୍‌ ଯାଞ୍ଚ କରାଯାଉ। ଏଥିସହ ଚାପ ପକାଉଥିବା ଆଇପିଏସ୍‌ ଅଧିକାରୀଙ୍କୁ ପଦବୀରୁ ହଟାଯାଇ ଷଡ଼ଯନ୍ତ୍ର ପଛରେ ଥିବା ବ୍ୟକ୍ତିଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରିବାକୁ ଜୟନ୍ତ ପିଟିଶନରେ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?