ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୧୦ା୧: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ସୋମବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୨ଟି ପେପରରେ ମୋଟ ପାସ୍‌ ହାର ୪୯. ୮୪ ପ୍ରତିଶତ ହୋଇଛି। ଓଟିଇଟି ପରୀକ୍ଷା ଦେବାକୁ ୩୨ହଜାର ୪୪୮ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୩୧ ହଜାର ୪୯୨ଜଣ ପରୀକ୍ଷା ଦେଇଥିବାବେଳେ ୯୫୬ଜଣ ଅନୁପସ୍ଥିତ ଥିଲେ। ୧୬ ହଜାର ୧୭୧ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ବୋର୍ଡ ପକ୍ଷରୁ ଓଟିଇଟିର ୨ଟି ପେପରରେ ପରୀକ୍ଷା ହୋଇଥିଲା। ପେପର-୧ରେ ପରୀକ୍ଷା ଦେବାକୁ ୨୪ ହଜାର ୯୨୦ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୨୪ ହଜାର ୨୩୬ଜଣ ପରୀକ୍ଷା ଦେଇଥିଲେ ଏବଂ ୬୮୪ ଜଣ ଅନୁପସ୍ଥିତ ଥିଲେ। ୧୧ ହଜାର ୯୫୫ ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ପାସ୍‌ ହାର ୪୭.୯୭ ପ୍ରତିଶତ ହୋଇଛି। ସେହିପରି ପେପର-୨ରେ ୭ହଜାର ୫୨୮ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିିଥିଲେ। ୭ହଜାର ୨୫୬ଜଣ ପରୀକ୍ଷାରେ ଉପସ୍ଥିତ ଥିବାବେଳେ ୨୭୨ଜଣ ଅନୁପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରୁ ୪ ହଜାର ୨୧୬ଜଣ କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ୫୬ ପ୍ରତିଶତ ହୋଇଥିବା ବୋର୍ଡ ଉପସଭାପତି ଡ. ନୀହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri