ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ, କର୍ମୀ ସମ୍ମିଳନୀ, ସଭାସମିତି ଓ ଜନସମ୍ପର୍କ କାର୍ଯ୍ୟକ୍ରମ ହେଉଥିବା ବେଳେ ଦଳୀୟ ସଙ୍ଗଠନକୁ ତୃଣମୂଳସ୍ତରରେ ମଜଭୂତ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ରବିବାର ହାଟଡିହୀ ବ୍ଲକ ଭାଜପା କାର୍ଯ୍ୟାଳୟ ପରିସରରେ ଆୟୋଜିତ ବୈଠକରେ ଅନ୍ୟ ଦଳର ଶତାଧିକ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି।

ଶାଳଣିଆଁ ମଣ୍ଡଳ ଅଧୀନ ସଡ଼ଙ୍ଗ ପଞ୍ଚାୟତର ଶତାଧିକ ଲୋକ ନିଜ ନିଜ ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ଭାଜପାରେ ସାମିଲ ହୋଇଥିବା ନବାଗତଙ୍କୁ ଦଳୀୟ ନେତା ଓ କର୍ମୀମାନେ ଟୋପି ଓ ଉତ୍ତରୀୟ ଦେଇ ଦଳକୁ ସ୍ବାଗତ କରିଥିଲେ।

କାର୍ଯକ୍ରମରେ ଭାଜପା ନେତା ଆଲୋକ ସେଠୀ, ସାଂସଦଙ୍କ ପ୍ରତିନିଧି ଜ୍ଞାନ ରଞ୍ଜନ ସାମନ୍ତସିଂହାର, ପ୍ରଭାରୀ ଯୁଧିଷ୍ଠିର ମଲ୍ଲିକ, ହରମୋହନ ଶାସିନି, ଶାଳଣିଆଁ ମଣ୍ଡଳ ସଭାପତି ଜଗନ୍ନାଥ ବାରିକ, ସୁଶାନ୍ତ ଜେନା, ଧବଳେଶ୍ୱର ପଟ୍ଟନାୟକ, ସରପଞ୍ଚ ଅନ୍ତର୍ଯ୍ୟାମୀ ଖଣ୍ଡେଇ, ଚତୁର୍ଭୁଜ ସ୍ବାଇଁ, ସୁରେଶ ମହାନ୍ତି, ସୁନୀଲ ନାୟକ, ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସଡ଼ଙ୍ଗ ପଞ୍ଚାୟତରେ ଦଳୀୟ ସଙ୍ଗଠନକୁ ଆହୁରି ସୁଦୃଢ଼ କରିବା ଦିଗରେ ଦଳ ପକ୍ଷରୁ ପ୍ରୟାସ କରାଯାଉଥିବା ନେତାମାନେ ପ୍ରକାଶ କରିଥିଲେ।

ଭାଜପାରେ ସାମିଲ ହୋଇଥିବା କର୍ମୀମାନେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଦଳୀୟ ସ୍ଥିତିକୁ ମଜଭୂତ କରିବା ଏବଂ ସାଂସଦ ଅନନ୍ତ ନାୟକ ଓ ଭାଜପା ନେତା ଆଲୋକ ସେଠୀଙ୍କ ନେତୃତ୍ୱକୁ ସମର୍ଥନ କରି ସେମାନେ ଭାଜପାରେ ଯୋଗ ଦେଇଛନ୍ତି। କାର୍ଯ୍ୟକ୍ରମକୁ ସୁଧାଂଶୁ ଶେଖର ବେହେରା, ଗୌରାଙ୍ଗ ନାୟକ, ସନ୍ତୋଷ ପ୍ରଧାନ, କାଳନ୍ଦୀ ନାୟକ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?