ଗହଣା ଦୋକାନରୁ କୋଟିଏ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଅଳଙ୍କାର ଲୁଟ୍‌ ଘଟଣା: ଚାରିଦିନ ପରେ ବି ଲୁଟେରାଙ୍କ ଟେର ପାଉନି ପୋଲିସ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ପୋଲିସ ଥାନା ଓ ଏସ୍‌ଡିପିଓ ଅଫିସ ପଛପଟ ଚାଙ୍ଗୁଡିଆପଦର ସାହିରେ ଥିବା ଏକ ଦୋକାନରୁ ମଙ୍ଗଳବାର ଲୁଟ୍‌ ହୋଇଥିଲା। ଲୁଟେରା କୋଟିଏ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଅଳଙ୍କାର ଲୁଟି ନେଇଥିଲେ। ଏହି ଘଟଣାକୁ ୪ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଲୁଟେରାଙ୍କ କୌଣସି ସୁରାକ ପାଇପାରିନାହିଁ । ଥାନା ଓ ଏସ୍‌ଡିପିଓ ଅଫିସ ପଛପଟ ତଥା ସହର ମଝିରେ ଦୋକାନ ରହିଥିଲେ ମଧ୍ୟ ଲୁଟେରାମାନେ ଏହାକୁ ଖାତିର ନକରି ଏଭଳି ଘଟଣା ଭିଆଇଛନ୍ତି। ଯାହାକି ପୋଲିସ ପାଇଁ ଖୋଲା ଚ୍ୟାଲେଞ୍ଜ ହୋଇପଡିଛି। ଘଟଣାସ୍ଥଳକୁ ଶନିବାର ନିଜେ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଓ ଗଞାମ ଏସ୍‌ପି ବ୍ରିଜେସ କୁମାର ରୟ ଆସି ଘଟଣାର ସମସ୍ତ ପ୍ରକାରର ପାରିପାଶର୍‌ବିକ ସ୍ଥିତିକୁ ନେଇ ତଦନ୍ତ କରିଛନ୍ତି। ପୂର୍ବରୁ ଏସ୍‌ପି ଓ ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର ଆସି ତଦନ୍ତ କରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri