Posted inଜାତୀୟ

ଓଟିଟି ଉପରେ ଅଙ୍କୁଶ ଲାଗିବ

ନୂଆଦିଲ୍ଲୀ,୧୭ା୨(ପି.ଟି.): ନେଟ୍‌ଫ୍ଲିକ୍ସ ଓ ଆମାଜନ୍‌ ପ୍ରାଇମ୍‌ ଭଳି ଓଭର ଦି ଟପ୍‌(ଓଟିଟି) ପ୍ଲାଟଫର୍ମ ଉପରେ ଅଙ୍କୁଶ ଲଗାଇବା ପାଇଁ ପଦକ୍ଷେପ ନେବାକୁ ଚିନ୍ତା କରୁଥିବା ସୁପ୍ରିମକୋର୍ଟକୁ କହିଛନ୍ତି କେନ୍ଦ୍ର ସରକାର। ଓଟିଟି ପ୍ଲାଟଫର୍ମ ଉପରେ ନିୟନ୍ତ୍ରଣ ରଖିବାକୁ ଚାହୁଁଥିବା ଏକ ପିଟିସନର ଶୁଣାଣି କରି ଏପର୍ଯ୍ୟନ୍ତ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନର ଜବାବ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କହିଥିଲେ। ଏଥିପାଇଁ ପ୍ରଧାନ ବିଚାରପତି ଏସ୍‌. ଏ ବୋବଡେ ଏବଂ ଜଷ୍ଟିସ୍‌ ଏ. ଏସ୍‌. ବୋପାନ୍ନା ଓ ଭି ରାମସୁବ୍ରମଣ୍ୟନଙ୍କ ଖଣ୍ଡପୀଠ ସରକାରଙ୍କୁ ୬ ସପ୍ତାହ ସମୟ ଦେଇଥିଲେ। ଆଡଭୋକେଟ ଶଶାଙ୍କ ଶେଖର ଝା ଏବଂ ଅପୂର୍ବା ଅର୍‌ହିତା ଆବେଦନରେ ଦର୍ଶାଇଥିଲେ ଯେ, ସିନେମା ପରି ଓଟିଟି ଉପରେ ନିୟନ୍ତ୍ରଣ ରହିବା ଜରୁରୀ। ଅଶ୍ଳୀଳତା, ଯୌନ ଦୃଶ୍ୟ, ହିଂସା ଭଳି କାହାଣୀକୁ ବିନା ଦ୍ୱିଧାରେ ଏହି ଡିଜିଟାଲ ପ୍ଲାଟଫର୍ମରେ ରିଲିଜ କରାଯାଉଛି। ଏହା ଉପରେ ଅଙ୍କୁଶ ରହୁ ନ ଥିବାରୁ ସେନ୍ସର ବୋର୍ଡ ପକ୍ଷରୁ ଅନୁମତି ଉପରେ ଚିନ୍ତା କରାଯାଉନି। ଫଳରେ ଏଭଳି ଆପତ୍ତିଜନକ ବିଷୟବସ୍ତୁ ସାର୍ବଜନୀନ ହେଉଥିବା ଆବେଦନରେ ଉଲ୍ଲେଖ କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri