Posted inଜାତୀୟ

ଆମର କୃଷି ପରମ୍ପରା ଦେଶ ଭଳି ପ୍ରାଚୀନ: ମୋଦି

ନୂଆଦିଲ୍ଲୀ,୩।୮: ଶନିବାର ଦିଲ୍ଲୀରେ ଅନୁଷ୍ଠିତ ୩୨ତମ ଆନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା କୃଷି ଅର୍ଥନୀତିଜ୍ଞଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ ୬୫ ବର୍ଷ ପରେ ଭାରତରେ ଏଭଳି ଏକ ସମ୍ମିଳନୀ ଆୟୋଜନ କରାଯାଉଛି, ଯାହାକୁ ଦେଖି ସେ ବହୁତ ଖୁସି ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସ୍ବାଗତ କରିଛନ୍ତି। ସେ କହିଥିଲେ ଯେ କୃଷି ସମ୍ବନ୍ଧୀୟ ଆମର ପରମ୍ପରା ଆମ ଦେଶ ଭଳି ପ୍ରାଚୀନ।

ସମସ୍ତଙ୍କୁ ସ୍ବାଗତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୬୫ବର୍ଷ ପରେ ଦେଶରେ ଏଭଳି ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିବାରୁ ମୁଁ ବହୁତ ଖୁସି। ଆପଣମାନେ ଏହି ବିଶ୍ୱର ବିଭିନ୍ନ ଦେଶରୁ ଏଠାକୁ ଆସିଛନ୍ତି। ମୁଁ ୧୨କୋଟି ଭାରତୀୟ କୃଷକ, ୩ କୋଟି ଭାରତୀୟ ମହିଳା କୃଷକ ଏବଂ ୩କୋଟି ମତ୍ସ୍ୟଜୀବୀଙ୍କ ତରଫରୁ ଆପଣଙ୍କୁ ସ୍ବାଗତ କରୁଛି। ଆଜି ଆପଣ ଏପରି ଏକ ଦେଶରେ ଅଛନ୍ତି ଯେଉଁଠାରେ ୫୫ କୋଟି ପ୍ରାଣୀ ବାସ କରନ୍ତି। ଆପଣ ସମସ୍ତଙ୍କୁ କୃଷି ଏବଂ ପଶୁପ୍ରେମୀ ଦେଶକୁ ସ୍ବାଗତ। ସେ ଆହୁରି ମଧ୍ୟ କହିଛନ୍ତି, ଖାଦ୍ୟ ଏବଂ କୃଷି ସମ୍ବନ୍ଧରେ ଆମର ପରମ୍ପରା ଏବଂ ଅଭିଜ୍ଞତା ଆମ ଦେଶ ଭଳି ପ୍ରାଚୀନ। ଭାରତରେ କୃଷି ପରମ୍ପରାରେ ବିଜ୍ଞାନକୁ ପ୍ରାଧାନ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?