‘ଆମ ଭଞ୍ଜ ଆମ ଅସ୍ମିତା’

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭା କକ୍ଷରେ ଶନିବାର ସମ୍ଭବ ସାହିତ୍ୟ ପରିବାର ଓ ଶ୍ରୀ ବିଘ୍ନରାଜ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭଞ୍ଜ ସାହିତ୍ୟ କୃତୀ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସମ୍ଭବ ପତ୍ରିକା ଓ ଆକାଶ ଛାତିରେ ବର୍ଷାର ଛିଟା (ଗଳ୍ପ) ପୁସ୍ତକ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଘୁମୁସର ମାଟିରେ  ବିଶ୍ୱ ପ୍ରସିଦ୍ଧ  କବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମ। ତାଙ୍କର ଲେଖା ବହୁ ଉଚ୍ଚକୋଟିର। କିନ୍ତୁ ଏହିଭଳି ଜଣେ  ବିଶ୍ୱପ୍ରସିଦ୍ଧ କବିଙ୍କ କାବ୍ୟ, ଇତିହାସ ବିଗତ ଦିନରେ ଉପଯୁକ୍ତ ପ୍ରଚାର ପ୍ରସାର ଅଭାବ ଥିଲା। ମୁଁ ବିଧାୟକ ଭାବେ ନିର୍ବାଚିତ ହେବା ପରେ ଘୁମୁସର ଇତିହାସ ଏବଂ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟର ପ୍ରଚାର ପ୍ରସାର ପାଇଁ ଚେଷ୍ଟା ଚଳାଇଛି। ଆଗାମୀ ଦିନରେ ଭଞ୍ଜ ସାହିତ୍ୟର ପ୍ରଚାର ପ୍ରସାର ଘୁମୁସରରୁ ଦିଲ୍ଲୀ ପର୍ଯ୍ୟନ୍ତ କରାଯିବ ବୋଲି ବିଧାୟକ ନାୟକ କହିଥିଲେ।

ଅନୁଷ୍ଠାନର ସଭାପତି ଡ. ଶ୍ୟାମାପ୍ରସାଦ ମିଶ୍ର ଉତ୍ସବରେ ଅଧ୍ୟକ୍ଷତା କରି କହିଥିଲେ, ଆମ ଭଞ୍ଜ, ଆମ ଅସ୍ମିତା। ବିଶ୍ୱ ଭାରତୀ ଶାନ୍ତିନିକେତନର ସହକାରୀ ପ୍ରଫେସର ଡ. ଶରତ କୁମାର ଜେନା, ଅବସରପ୍ରାପ୍ତ ପ୍ରଫେସର ଡ ସୁରେନ୍ଦ୍ର ନାଥ ପାଣିଗ୍ରାହୀ, ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଡ. ଶ୍ୟାମା ପ୍ରସାଦ ମିଶ୍ର, ଝାଡ଼ଭୂମି ବିଦ୍ୟାଳୟର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ସାହୁ ଯୋଗଦେଇଥିଲେ।। ସଭାକୁ କବି ରଞ୍ଜିତ କୁମାର ପ୍ରଧାନ ସଂଯୋଜନା କରିଥିଲେ। ରତ୍ନାକର ସିୟ ମଞ୍ଚ ପରିଚାଳନା କରିଥିଲେ। ସମ୍ଭବ ସାହିତ୍ୟର ସମ୍ପାଦିକା ଡ. ରୋଜାଲିନ ସେନାପତିଙ୍କ ଆବାହକତ୍ୱରେ ଅନୁଷ୍ଠିତ ସଭାରେ ପ୍ରଥମ ଅଧିବେଶନରେ କବିତା ପାଠୋତ୍ସବ ହୋଇଥିଲା। ଏଥିରେ ଇ. ବିଜୟ ମିଶ୍ର ମୁଖ୍ୟ ଅତିଥି, ବଂଶୀଧର ସେଠୀ, ଡ. ଲକ୍ଷ୍ମୀ ନାରାୟଣ ଦାସ, ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଡ. ଦୀପକ କୁମାର ମିଶ୍ର, ପ୍ରଭାତୀ ମଞ୍ଜରୀ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଅନେକ କବି ଯୋଗଦେଇ ନିଜର କବିତା ପାଠ କରିଥିଲେ। ଏଥିରେ ସଭାପତିତ୍ୱ କରିଥିଲେ ରାଜେଶ କୁମାର ପାତ୍ର।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri