ଆମ ମୁଖ୍ୟମନ୍ତ୍ରୀ ବହୁତ ଭଲ, ଆଶାଠୁ ଅଧିକ ଦିଅନ୍ତି ଅନୁଦାନ: ପ୍ରଶଂସାରେ ପୋତିଲେ ମନ୍ତ୍ରୀ

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଗୋଟିଏ ଗଛ ମା’ଙ୍କ ନାମରେ ବୃହତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଘୁମୁସର ଉତ୍ତର ବନଖଣ୍ଡ,ଅଟଳ ଯୁବ ବାହିନୀ, ଜାତୀୟ ସେବା ଯୋଜନା ପୁରୁଷ ଶାଖା (୧), ମହିଳା ଶାଖା (୨), ଯୁବ ରେଡକ୍ରସ, ଏନସିସି ଆର୍ମି ୱିଂଙ୍ଗ, ଏନସିସି ନାଭାଲ ୱିଂଙ୍ଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ମିଳିତ ଭାବେ ହୋଇଥିଲା। ଉକ୍ତ ଉତ୍ସବରେ ଖାଦ୍ୟ,ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଏବଂ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାରାରୋପଣ କରିଥିଲେ।

ଏହି ଅବସରରେ ମନ୍ତ୍ରୀ ଅନପୋଚାରିକ ଭାବେ ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନା ସମୟରେ କହିଥିଲେ ବିଗତ ସରକାର ସମୟରେ କୃଷି କ୍ଷେତ୍ର ପ୍ରତି ଚାଷୀ ମାନେ ଆଗ୍ରହ ଦେଖାଉନଥିଲେ। ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧାନର ସହାୟକ ମୂଲ୍ୟ ବୃଦ୍ଧି କରିଥିଲେ। ଫଳରେ ଚାଷ କ୍ଷେତ୍ର ପ୍ରତି ଚାଷୀଙ୍କ ପୁଣି ଆଗ୍ରହ ବଢ଼ିଛି। ଯାହାକି ରାଜ୍ୟ ପାଇଁ ଶୁଭଙ୍କର । ଆମ ମୁଖ୍ୟମନ୍ତ୍ରୀ ଜଣେ ବହୁତ ଭଲ ମଣିଷ। ଲୋକ ପ୍ରତିନିଧି ମାନେ ନିଜ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ଯେତିକି ଅନୁଦାନ ମାଗନ୍ତି,ତାଠାରୁ ବହୁ ଅଧିକ ଅନୁଦାନ ମୁଖ୍ୟମନ୍ତ୍ରୀ ଦିଅନ୍ତି ବୋଲି ମନ୍ତ୍ରୀ ପାତ୍ର କହିଥିଲେ।

ଏହି ଅବସରରେ ବିଧାୟକ ନାୟକ କଲେଜର ବିକାଶ ପାଇଁ କଣ ସବୁ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ କହିଥିଲେ। କଲେଜର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି ବିଧାୟକ କହିଥିଲେ। ଉପଜିଲାପାଳ ଉମାଶଙ୍କର ବେହେରା, ଏସିଏଫ ବିବେକ କୁମାର ଦାସ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିବୀ ରାଜ ପ୍ରଧାନ, କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ରଥ, ହର ପ୍ରସାଦ ଶତପଥୀ, ବିତ ଅଧିକାରୀ ସନାତନ ବେହେରା, ଦୁର୍ଗା ପ୍ରସାଦ ସାହୁ, ଏମ ପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ, ମହେନ୍ଦ୍ର କୁମାର ପଣ୍ଡା, ଭାଜପା ଭଞ୍ଜନଗର ସାଂଗଠନିକ ଜିଲ୍ଲା ସଭାପତି ନୀଳ ମାଧବ ପାତ୍ର , ଭାଜପା ନଗର ସଭାପତି ିଷ୍ଠୁ ପ୍ରସାଦ ପ୍ରଧାନ, ମାନସ ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ଜାତୀୟ ସେବା ଯୋଜନା ପୁରୁଷ ଶାଖା (୧) ଅଧିକାରୀ ବି ପ୍ରଧାନ, ମହିଳା ଶାଖା ଅଧିକାରୀ ସସ୍ମିତା ଦାସ, ରେଡକ୍ରସ ଅଧିକାରୀ ବିଦେଶୀ ରାଉତ,ଏନସିସି ଆର୍ମି ୱିଂଙ୍ଗ ସିଟି ଓ ଅର୍ପଣ ପ୍ରଧାନ, ଏନସିସି ନାଭାଲ ୱିଂଙ୍ଗ ସିଟି ଓ ବିଭୂତି ଗୌଡ଼, ବନପାଳ ବାବୁଲ ସେଠୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ଏହାପରେ ମନ୍ତ୍ରୀ ସେଠାରୁ ଚକରା ଘାଟି ପରିଦର୍ଶନ କରିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ମା’ ରାମଚଣ୍ଡୀ ଶକ୍ତିପୀଠର ନୂତନ କର୍ମକର୍ତ୍ତା ଚୟନ; ପୁଣି ସଭାପତି ହେଲେ ସିଏଚ ଦୟାନନ୍ଦ, ବିମଳ ପଣ୍ଡା ସମ୍ପାଦକ

ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ପୂଜା କମିଟିର ନୂତନ କର୍ମକର୍ତ୍ତା ଚୟନ ଓ ମା’ଙ୍କ ଷୋଡଶଦିନାତ୍ମକ ପୂଜା ନିମନ୍ତେ…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?