‘ବିଶ୍ୱର ପ୍ରତ୍ୟେକ ଡିଭାଇସ୍‌ରେ ଭାରତ ନିର୍ମିତ ଚିପ୍‌ ରହିବା ଆମର ସ୍ବପ୍ନ’

ନୂଆଦିଲ୍ଲୀ, ୧୨।୯(ଅଭୟ ଦାଶ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟାଇ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାସ୍ଥିତ ଇଣ୍ଡିଆ ଏକ୍ସପୋଜିଶନ ମାର୍ଟ ଲିମିଟେଡ୍‌ଠାରେ ଏକ ୩ ଦିନିଆ ସମ୍ମିଳନୀ ‘ସେମିକନ୍‌ ଇଣ୍ଡିଆ-୨୦୨୪’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏପରିକି ୨୦୨୪ ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ୩ଦିନିଆ ସମ୍ମିଳନୀରେ ଭାରତର ସେମିକଣ୍ଡକ୍ଟର ରଣନୀତି ଏବଂ ନୀତି ପ୍ରଦର୍ଶିତ ହୋଇଛି,ଯେଉଁଥିରେ ଭାରତକୁ ସେମିକଣ୍ଡକ୍ଟର ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ରରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ମୋଦି ବୁଲି ଦେଖିଥିଲେ।

ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଶ୍ୱ ସେମିକଣ୍ଡକ୍ଟର ଶିଳ୍ପ ସହ ଜଡ଼ିତ ଏକ କାର୍ଯ୍ୟକ୍ରମ ଆୟୋଜନ କରିବାରେ ଭାରତ ବିଶ୍ୱର ଅଷ୍ଟମ ଦେଶ ହୋଇପାରିଛି। ଭାରତରେ ଉପସ୍ଥିତ ରହିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ,ଆପଣ ଠିକ୍‌ ସମୟରେ ଠିକ୍‌ ସ୍ଥାନରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ମୋଦି ଜୋର ଦେଇ କହିଥିଲେ। ମୋଦି ଚଳିତ ବର୍ଷ ଲାଲକିଲ୍ଲାରୁ ଘୋଷଣା କରିଥିଲେ, ଆମର ସ୍ବପ୍ନ ହେଉଛି ବିଶ୍ୱର ପ୍ରତ୍ୟେକ ଡିଭାଇସ୍‌ରେ ଏକ ଭାରତ ନିର୍ମିତ ଚିପ୍‌ ରହିବ। ସେମିକଣ୍ଡକ୍ଟର ଉଦ୍ୟୋଗ ପାଇଁ ଆବଶ୍ୟକ ଗୁରୁତ୍ୱପୂର୍ଣ୍ଣ ଖଣିଜ ଉପରେ ସରକାର ଧ୍ୟାନ କେନ୍ଦ୍ରିତ କରୁଥିବା ବିଷୟରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ।

ଆଇଆଇଟି ସହଯୋଗରେ ଭାରତୀୟ ମହାକାଶ ବିଜ୍ଞାନ ପ୍ରତିଷ୍ଠାନରେ ଏକ ସେମିକଣ୍ଡକ୍ଟର ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାର ଯୋଜନା ବିଷୟରେ ପ୍ରକାଶ କରିଥିଲେ, ଯାହା କେବଳ ଆଜିର ନୁହେଁ, ବରଂ ପରବର୍ତ୍ତୀ ପିଢ଼ିର ଉଚ୍ଚ ପ୍ରଯୁକ୍ତି ସମ୍ପନ୍ନ ବା ହାଇଟେକ୍‌ ଚିପ୍‌ ଉତ୍ପାଦନ କରିବ। ଏହାବ୍ୟତୀତ ଜାପାନ ଓ ସିଙ୍ଗାପୁର ଭଳି ଦେଶ ସହ ଚୁକ୍ତି ସ୍ବାକ୍ଷରିତ ହୋଇଛି ଏବଂ ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତ ଆମେରିକା ସହ ସହଯୋଗକୁ ଆହୁରି ସୁଦୃଢ଼ କରୁଛି ବୋଲି ସେ କହିଥିଲେ। ଯେଉଁମାନେ ସେମିକଣ୍ଡକ୍ଟର ଉପରେ ଭାରତର ଗୁରୁତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି ସେମାନେ ଡିଜିଟାଲ ଇଣ୍ଡିଆ ମିଶନର ସଫଳତା ଅଧ୍ୟୟନ କରିବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି।
ଭାରତର ଇଲେକ୍ଟ୍ରୋନିକ୍ସ କ୍ଷେତ୍ରର ମୂଲ୍ୟ ବର୍ତ୍ତମାନ ୧୫୦ ବିଲିୟନ ଡଲାରରୁ ଅଧିକ ହୋଇଥିବାବେଳେ ଚଳିତ ଦଶନ୍ଧି ଶେଷ ସୁଦ୍ଧା ଦେଶର ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ୫୦୦ ବିଲିୟନ ଡଲାରକୁ ବୃଦ୍ଧି କରିବା ଏବଂ ୬ ନିୟୁତ ନିଯୁକ୍ତି ସୃଷ୍ଟି କରିବାକୁ ଏକ ବୃହତ୍‌ ଲକ୍ଷ୍ୟ ପ୍ରଧାନମନ୍ତ୍ରୀ ଧାର୍ଯ୍ୟ କରିଥିଲେ ଏହି ଅଭିବୃଦ୍ଧି ଭାରତର ସେମିକଣ୍ଡକ୍ଟର କ୍ଷେତ୍ରକୁ ସିଧାସଳଖ ଫାଇଦା ଦେବ ବୋଲି ସେ କହିଥିଲେ ପ୍ରଧାନମନ୍ତ୍ରୀ କହିଥିଲେ, ଆମର ଲକ୍ଷ୍ୟ ହେଉଛି ୧୦୦% ଇଲେକ୍ଟ୍ରୋନିକ୍‌ ଉତ୍ପାଦନ ଭାରତରେ ହେବା ଉଚିତ। ଭାରତ ସେମିକଣ୍ଡକ୍ଟର ଚିପ୍‌ ଏବଂ ପ୍ରସ୍ତୁତ ଉତ୍ପାଦ ମଧ୍ୟ ତିଆରି କରିବ। ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ କେବଳ ଭାରତର ଆହ୍ବାନ ଲାଗି ନୁହେଁ ବରଂ ବୈଶ୍ୱିକ ଆହ୍ବାନ ପାଇଁ ମଧ୍ୟ ଏକ ସମାଧାନ ବୋଲି ପ୍ରଧାନମନ୍ତ୍ରୀ ମୋଦି ଗୁରୁତ୍ୱାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ, ସେମିର ସଭାପତି ତଥା ସିଇଓ ଅଜିତ ମନୋଚା, ଏନ୍‌ଏକ୍ସପି ସେମିକଣ୍ଡକ୍ଟରର ସିଇଓ ଡ. ରଣଧୀର ଠାକୁର, ରେନେସାସ୍‌ର ସିଇଓ କୁର୍ଟ ସିଭର୍ସ, ହିଦେତୋଶୀ ଶିବାତା ଏବଂ ଆଇଏମ୍‌ଇସିର ସିଇଓ ଲକ୍‌ ଭାନ୍‌ ଡେନ୍‌ ହୋଭ୍‌ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri