ଉତ୍ତମ ସ୍ବାସ୍ଥ୍ୟସେବା ଆମର ଲକ୍ଷ୍ୟ: ନବୀନ

ପୁରୀ ଅଫିସ/ବ୍ରହ୍ମିଗିରି(ଡି.ଏନ୍‌.ଏ),୮।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ବ୍ରହ୍ମଗିରି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ବୀମା ସ୍ମାଟ କାର୍ଡ ବଣ୍ଟନ କରିଛନ୍ତି। ଏଥିସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲାର ପ୍ରାୟ ୩ଲକ୍ଷ ୬୪ହଜାର ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ୧୦୦୬କୋଟି ୮୨ଲକ୍ଷ ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ୫ଜଣ ହିତାଧିକାରୀ ଯଥା କୁମାରୀ ପରିଡ଼ା, ରୋକେୟା ବିବି, ମମତା ତରେଇ, ରିଙ୍କି ସେଠୀ ଓ ଲତା ପ୍ରଧାନଙ୍କୁ ସ୍ମାଟ କାର୍ଡ ପ୍ରଦାନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ସମସ୍ତ ହିତାଧିକାରୀଙ୍କୁ ଏହି ସ୍ମାର୍ଟ କାର୍ଡ ମିଳିବ ବୋଲି କହିଥିଲେ। ଏପରି କି ପୁରୀ ଜିଲାର ଜନସାଧାରଣ ଆମର ବିକାଶ କାର୍ଯ୍ୟକ୍ରମକୁ ସବୁବେଳେ ସହଯୋଗ କରି ସରକାରଙ୍କ ହାତ ମୁଠାକୁ ଟାଣ କରିଛନ୍ତି। ପୁରୀ ଜିଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନିଆଯିବ। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ୱ। ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମାଧ୍ୟମରେ ପୁରୀ ସହରର ଲୋକେ ଫିଲ୍‌ଟରମାନର ପାଣି ସିଧାସଳଖ ଭାବେ ପାଇପାରୁଛନ୍ତି। ଏଭଳି ସୁବିଧା ପାଇବାରେ ପୁରୀ ସାରା ଦେଶର ପ୍ରଥମ ସହର ଅଟେ। ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଗରିବ ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାକୁ ସମାଧାନ କରିବାରେ ଅର୍ଥ ଯେପରି ବାଧକ ନ ସାଜେ ସେନେଇ ରାଜ୍ୟ ସରକାର ଏଭଳି ଯୋଜନାକୁ କାର୍ଯ୍ୟକ୍ଷମ କରାଇଛନ୍ତି। ବର୍ତ୍ତମାନ ଲୋକେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨ଶହ ବଡ଼ ବଡ଼ ହସ୍ପିଟାଲ୍‌ରେ ଭଲ ଚିକିତ୍ସା ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲା ପାଇଁ ୩୫ କୋଟି ଟଙ୍କାର ସଡ଼କ ଯୋଜନା, ଭିତ୍ତିଭୂମି ବିକାଶ ପାଇଁ ୮୯୩ କୋଟି ଟଙ୍କାର ପ୍ରକଳ୍ପ, ସ୍ବାସ୍ଥ୍ୟସେବା ପାଇଁ ୨୬୪ କୋଟି ଟଙ୍କାର ଏକାଧିକ ପ୍ରକଳ୍ପ, ପାନୀୟ ଜଳ ପାଇଁ ୧୪୭କୋଟି ଟଙ୍କାର ୨ଟି ମେଗା ପ୍ରକଳ୍ପ, କ୍ରୀଡ଼ା ଭିତ୍ତିଭୂମିରେ ୨୫କୋଟି ଟଙ୍କାର ପ୍ରକଳ୍ପ ଓ ବିଜୁ ସେତୁ ବାବଦକୁ ୩୬କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିସହ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସଚେତନତା ରଥକୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଜିଲାର ଉକ୍ତ ରଥ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସମ୍ପର୍କିତ ସଚେତନତା ବାଣ୍ଟିବା ସହ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ବୀମାକୁ ନେଇ ଥିବା ପ୍ରଶ୍ନର ଉତ୍ତର ମଧ୍ୟ ଦେବ।
ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଅପରାହ୍ନ ସାଢ଼େ ୩ଟା ୩୦ଟାରେ ହେଲିକ୍ଯଯର ଯୋଗେ ବ୍ରହ୍ମଗିରି ଗସ୍ତ କରି ସେଠାରେ କେରାଣ୍ଡିଆ ଅସ୍ଥାୟୀ ହେଲିପ୍ୟାଡ଼ରେ ୩ଟା୪୦ମିନିଟରେ ପହଞ୍ଚତ୍ ଥିଲେ। ୪ଟା ୨୭ ସମୟରେ ସ୍ମାଟ୍‌ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ସହ ଜିଲାରେ ଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଭର୍ଚୁଆଲ୍‌ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଉଲ୍ଲେଖଯୋଗ୍ୟ ବ୍ରହ୍ମଗିରି ବ୍ଲକର ଅତ୍ୟାଧୁନିକ ପ୍ରଶାସନିକ କାର୍ଯ୍ୟାଳୟ ମିନି ସେକ୍ରେଚାରୀଏଟ୍‌କୁ ମଧ୍ୟ ଭର୍ଚୁଆଲ୍‌ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସାତପଡ଼ାଠାରୁ ମୋଟ ପର୍ଯ୍ୟନ୍ତ ସୁରକ୍ଷା ପ୍ରାଚୀର ନିର୍ମାଣ, ପାନୀୟ ଜଳ ପ୍ରକଳ୍ପ, ସାତପଡ଼ା-ଜହ୍ନିକୁଦା ସେତୁ ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ଦାସବର୍ମା ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ପୁରୀ ଏମ୍‌ପି ପିନାକୀ ମିଶ୍ର, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ନିଜ ନିଜ ବକ୍ତବ୍ୟ ରଖିଥିଲେ। କ୍ରୀଡ଼ା ଓ ଯୁବବ୍ୟାପାର, ବିଜ୍ଞାନ ଓ କାରିଗରୀ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଜିଲାର ସମସ୍ତ ବ୍ଲକରେ ପ୍ରସାରଣ କରାଯିବା ସହ ସମସ୍ତ ବ୍ଲକରେ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁରର ସାଂସଦ ରାଜଶ୍ରୀ ମଲ୍ଲିକ, ୫-ଟି ସଚିବ ଭିକେ ପାଣ୍ଡିଆନ, ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି କନ୍‌ୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?