Posted inଜାତୀୟ

‘ଆମ ସରକାର ଆସୁଛି, ଛାଡିବା ନାହିଁ ପ୍ରତିଶୋଧ ନେବା’

ଲକ୍ଷ୍ନୌ,୨୫।୧: ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ବିଭିନ୍ନ ଦଳର ନେତାଙ୍କ କଥା କଟାକଟି ଚାଲିଛି। ମିରଟ୍‌ ସାଉଥ ଆସନରୁ ବିଧାୟକ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମାଜବାଦୀ ପାର୍ଟି (ଏସପି) ପ୍ରାର୍ଥୀ ଆଦିଲ ଚୌଧୁରୀ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ନିର୍ବାଚନ ଜିତିବା ପରେ ପ୍ରତିଶୋଧ ନେବୁ ବୋଲି ସେ କହିଛନ୍ତି। ଆଦିଲଙ୍କ ଏଭଳି ମନ୍ତବ୍ୟକୁ କଡ଼ା ନିନ୍ଦା କରିଛି ଭାଜପା। ଦଳ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ ଆଦିଲ ଏକ ହଲରେ ସାଧାରଣ ସଭା କରୁଥିବା ନଜର ଆସିଛନ୍ତି। ଏଥିରେ ସେ ତାଙ୍କ ସମର୍ଥକଙ୍କୁ କିଛି କଥା କହୁଥିବା ଶୁଣିବାକୁ ମିଳୁଛି। ସେ କହିଛନ୍ତି, ତୁମେ ଚିନ୍ତା ମୁକ୍ତ ରୁହ, ଆମ ସରକାର ଗଠନ ହେଉଛି। ସେମାନଙ୍କୁ ଛାଡିବା ନାହିଁ। ସେମାନେ ଯେପରି ଆମକୁ ଅତ୍ୟାଚାର କରୁଛନ୍ତି, ଗୋଟି ଗୋଟି ପ୍ରତିଶୋଧ ନେବା। ପ୍ରତିଶୋଧ କିପରି ନିଆଯାଏ ତାଙ୍କୁ ଜଣାଇଦେବେ ବୋଲି ସେ କହିଛନ୍ତି।
ଆଦିଲଙ୍କ ଭିଡିଓ ସାମ୍ନାକୁ ଆସିବା ପରେ ଭାଜପା ସମାଜବାଦୀ ପାର୍ଟି ଉପରେ ଆକ୍ରମଣ କରିଛି। ଭାଜପା ନେତା ସମ୍ବିତ ପାତ୍ର ଆଦିଲଙ୍କ ଏହି ଭାଇରାଲ ଭିଡିଓ ଟୁଇଟ୍‌ କରି କହିଛନ୍ତି, ନିର୍ବାଚନରେ (ୟୁପି ବିଧାନସଭା ନିର୍ବାାଚନ ୨୦୨୨) ଜିତିବା ପରେ ହିନ୍ଦୁମାନଙ୍କଠାରୁ ପ୍ରତିଶୋଧ ନେବାକୁ ରଣନୀତି ପ୍ରସ୍ତୁତ କରୁଛି ସମାଜବାଦୀ ପାର୍ଟି (ଏସପି)ର ନେତା। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଏସପିଙ୍କ ଉଦ୍ଦେଶ୍ୟ କ’ଣ ଏବଂ ଯଦି ସେମାନେ ନିର୍ବାଚନରେ ଜିତନ୍ତି ତେବେ ସେ ହିନ୍ଦୁମାନଙ୍କ ସହ କଣ କରିବେ?
ସୂଚନାଯୋଗ୍ୟ, ୨୦୧୨ ନିର୍ବାଚନରେ ଆଦିଲ ଏସପି ଟିକେଟରେ ମିରୁଟର ସାଉଥ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ହାରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri