‘ଆମର ଏଠି ନେତା ପୁଅ ନେତା ହୁଅନ୍ତିନି, ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଅନ୍ତି’

ଭୁବନେଶ୍ୱର,୨୬ା୯: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ନଡ୍ଡା ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇବା ସହ ଭାଜପା ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡରଯୁକ୍ତ ରାଜନୈତିକ ଦଳ। ଭାରତରେ ୫ ହଜାର ଦଳ, ୫୦ରୁ ଅଧିକ ପାର୍ଟି। ଆପଣମାନେ କଂଗ୍ରେସର ଏପରି ସଦସ୍ୟତା ଅଭିଯାନ ଦେଖିଛନ୍ତି କି ବୋଲି ନଡ୍ଡା ପ୍ରଶ୍ନ କରିଥିଲେ।

ସେ କହିଛନ୍ତି, ଭାଜପାରେ ଅତ୍ୟନ୍ତ ସ୍ବଚ୍ଛ ଭାବେ ସଦସ୍ୟତା ଗ୍ରହଣ ହୁଏ। ସଦସ୍ୟତା ସରିବା ପରେ କାର୍ଯ୍ୟକର୍ତ୍ତା ନିର୍ବାଚନ ହେବ। ଆମର ଏଠି ନେତା ପୁଅ ନେତା ହୁଏନି। ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଅନ୍ତି। ଏମିତି କିଛି କହି ବିରୋଧୀଙ୍କ ତେର୍ଚ୍ଛାବାଣ ମାରିଛନ୍ତି ନଡ୍ଡା।

ନାଁ ନ ନେଇ ରାହୁଲ ଓ ପ୍ରିୟଙ୍କାଙ୍କୁ ସମାଲୋଚନା କରିଛନ୍ତି ନଡ୍ଡା ।ଭଉଣୀ- ଭାଇଙ୍କୁ ଭାରତର ଆଉ କିଛି ବିକାଶ ଦିଶୁ ନାହିଁ। ସବୁ ବେଳେ କେବଳ ଦୁଇଟି କଥା ଦେଖାଯାଉଛି। ତାହା ହେଲା ବେକାରୀ ଓ ଦରଦାମ ବୃଦ୍ଧି । ସେମାନଙ୍କ ଅଭିଧାନରେ ଯେମିତି ଆଉ କିଛି ନାହିଁ । ଏଥିସହ କଂଗ୍ରେସ୍ ନକ୍ସଲଙ୍କ ମୁଖପାତ୍ର ହୋଇଯାଇଛି ଓ ଶ୍ରୀନଗରରେ ଧାରା ୩୭୦ଆଣିବାକୁ ସେମାନଙ୍କ ସହ ହାତ ମିଶାଇଛନ୍ତି ବୋଲି କଟାକ୍ଷ କରିଛନ୍ତି ନଡ୍ଡା। ସେ ଆହୁରି କହିଛନ୍ତି, ୨୦୧୯ରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ୩୭୦ ଧାରା ଉଚ୍ଛେଦ ହେଲା।  ପ୍ରଧାନମନ୍ତ୍ରୀ ମୋଦି ଏହା ବିରୋଧରେ ଲଢି ଏହାକୁ ଉଚ୍ଛେଦ କଲେ। ଜମ୍ମୁ-କଶ୍ମୀର ଭାରତର ଅବିଚ୍ଛେଦ୍ୟ ଅଙ୍ଗ ହୋଇଗଲା। ଏବେ ସେଠାରେ ବିଧାନସଭା ନିର୍ବାଚନ ହେଉଛି।

ପୁଣି ସଦ୍ୟସ୍ୟତା ଗ୍ରହଣ କାର୍ଯ୍ୟକ୍ରମ ଚାଲିଛି। ଆଜି ଆମ ପାର୍ଟିରେ ୧୦ଲକ୍ଷ ୪୦ହଜାର ବୁଥ୍ ଅଛି। ଦେଢ ଲକ୍ଷ ଶକ୍ତି କେନ୍ଦ୍ର, ୧୫ହଜାରରୁ ଅଧିକ ମଣ୍ଡଳ ରହିଛି। ଆଜି ପ୍ରାୟ ୩୫୦ ପାର୍ଲାମେଣ୍ଟ ମେମ୍ୱର ଅଛନ୍ତି। ମୋଦିଙ୍କ ନେତୃତ୍ୱରେ ବିକଶିତ ଭାରତ ୨୦୪୭ରେ ସାମିଲ ହେବାକୁ ଆମେ ଆପଣଙ୍କୁ ଆହ୍ୱାନ ଦେଉଛୁ। ଏଥିପାଇଁ ଆପଣ ସମସ୍ତେ ଏକାଠି ହୋଇ ଆମକୁ ସମର୍ଥନ କରନ୍ତୁ ବୋଲି ନଡ୍ଡା  କହିଛନ୍ତି।

ସୂଚନା ଥାଉକି, ନଡ୍ଡା ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଉପମୁଖ୍ୟମନ୍ତ୍ରୀ ଭବ୍ୟ ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri