ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏଥିରେ ଜିଲାର ରାଜସ୍ବ କାର୍ଯ୍ୟ, ଭୂମି ଅଧିଗ୍ରହଣ, ପୁନଃ-ସ୍ଥାପନ ଏବଂ ପୂନର୍ବାସ ସମ୍ବନ୍ଧୀୟ କାର୍ଯ୍ୟ ଗୁଡ଼ିକର ଅଗ୍ରଗତି ନେଇ ମନ୍ତ୍ରୀ ପୁଝାରୀ ସମୀକ୍ଷା କରିଥିଲେ। ଲୋକମାନଙ୍କ ସମସ୍ୟାର ସଠିକ୍ ସମାଧାନ ସହ ସମସ୍ତ ସରକାରୀ ବ୍ୟବସ୍ଥା ନିର୍ଦ୍ଧାରିତ ସମୟ ମଧ୍ୟରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଉପସ୍ଥିତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଜସ୍ୱ ସେବାକୁ ଅଧିକ ଲୋକାଭିମୁଖୀ କରିବା ସହ ଆଦିବାସୀ ଓ ଗ୍ରାମାଞ୍ଚଳର ଲୋକଙ୍କ ଅଧିକାର ସୁରକ୍ଷା ପ୍ରତି ସରକାରଙ୍କ ପ୍ରତିବଦ୍ଧତା ଓ ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ ବୋଲି ମନ୍ତ୍ରୀ ପୁଝାରୀ ବୈଠକରେ କହିଥିଲେ। ଏହି ସମୀକ୍ଷା ବୈଠକରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲାପାଳ ବୈତୁରା ଦୀପ,ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ,ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର,ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡା,ଧର୍ମଗଡ଼ ଉପଜିଲାପାଳ ପ୍ରେକ୍ଷା ଅଗ୍ରୱାଲ ପ୍ରମୁଖଙ୍କ ସମେତ ଜିଲାର ସମସ୍ତ ତହସିଲଦାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ପୂଝାରୀ ବିଭିନ୍ନ ତହସିଲରୁ ଆସିଥିବା ୮୫ ଜଣ ହିତାଧିକାରୀଙ୍କୁ ବସୁନ୍ଧରା ପଟ୍ଟା, ୬୩ ଜଣଙ୍କୁ ଜଙ୍ଗଳ ଜମି ପଟ୍ଟା ଓ ୩୯ ଟି ସ୍କୁଲର ପଟ୍ଟା ବଣ୍ଟନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ…

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri