ଓଡ଼ିଶାରେ ବି ଆମ ଦଳ ସରକାର ଗଢିବ: ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): ଓଡ଼ିଶାରେ ବି ଆମ ଦଳ ସରକାର ଗଢିବାକୁୁ ଯାଉଛି। ଏବେ ସାରା ଉତ୍ତର ପୂର୍ବାଞ୍ଚଳରେ ଆମ ଦଳ ସରକାର ଗଢିବା ସହ ଗୁଜରାଟ, କର୍ନାଟକ, ମହାରାଷ୍ଟ୍ରରେ ମଧ୍ୟ ଆମ ଦଳର ସରକାର ଅଛି। ଆଉ ଓଡ଼ିଶାରେ ବି ଆମ ସରକାର ହେବାକୁ ଯାଉଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମୋଦି@୨୦ ପୁସ୍ତକ ଲୋକାର୍ପଣ ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ଦିନେ ଆମ ଦଳକୁ ହିନ୍ଦୀ ଭାଷା ଦଳ ବୋଲି କୁହାଯାଉଥିଲା । ଏହା ସହ ବେପାରୀ, ବଣିଆଙ୍କ ଦଳ ବୋଲି ମଧ୍ୟ କୁହାଯାଉଥିଲା। ହେଲେ ଏବେ ସବୁଠାରୁ ଦଳିତ ଏମ୍‌ପି ଆମ ଦଳରୁ ଅଛନ୍ତି ବୋଲି ଶାହା କହିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସୋମବାର ସକାଳୁ ପ୍ରଥମେ ବାବା ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଜବାହରଲାଲ ନେହେରୁ ଇନଡୋର୍‌ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri