ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ ଜାରି ରହିଛି। ଏବେ ଆୟୁଷ ଛାତ୍ରୀଛାତ୍ରମାନେ ଆମରଣ ଅନଶନରେ ବସିଛନ୍ତି। ସରକାରୀ ଆୟୁର୍ବେଦିକ କଲେଜର ୧୬ ଜଣ ଛାତ୍ରୀଛାତ୍ର ଆମରଣ ଅନଶନରେ ବସିବାର ଇତିମଧ୍ୟରେ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ଅଧିକାରୀ କି ପ୍ରତିନିଧି ଆସିନଥିବାରୁ ଛାତ୍ର ଅଶାନ୍ତି ବଢିବାରେ ଲାଗିଛି। ଅହୋରାତ୍ର ଆନ୍ଦୋଳନରେ ବସିରହିବା ପରେ ଏବେ ଛାତ୍ରୀଛାତ୍ରମାନେ ଆମରଣ ଅନଶନକୁ ଓହ୍ଳାଇଥିବାରୁ ସେମାନଙ୍କ ସ୍ବାସ୍ଥ୍ୟହାନୀ ଆଶଙ୍କା ବୃଦ୍ଧି ପାଇଛି। ପ୍ରବଳ ଶୀତରେ ଛାତ୍ରୀଛାତ୍ରମାନେ ରାତି ସାରା ଆନ୍ଦୋଳନରେ ବସିଛନ୍ତି। ମଙ୍ଗଳବାର ହସ୍ପିଟାଲ ପକ୍ଷରୁ ଡାକ୍ତରମାନେ ଅନଶନରେ ବସିଥିବା ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଚିନ୍ତା ପ୍ରକଟ କରିଛନ୍ତି। ଆନ୍ଦୋଳନରତ ଛାତ୍ରୀଛାତ୍ର କହିଛନ୍ତି ଯେ, ଅନଶନରେ ବସିଲା ପରେ ମଧ୍ୟ ସରକାର ଯଦି ସେମାନଙ୍କ ନ୍ୟାୟ ଦାବି ଶୁଣିବେ ନାହିଁ ତେବେ ଏଥିପାଇଁ ଯାହା ହେବ ସରକାର ହିଁ ଦାୟୀ ରହିବେ। ଯେକୌଣସି ପରିସ୍ଥିତିରେ ସେମାନେ ଆଉ ଅନଶନରୁ ଓହରିବେ ନାହିଁ। ସ୍ବାସ୍ଥ୍ୟମନ୍ତ୍ରୀ ନିଜ ଜିଲାର ହୋଇଥିବା ସତ୍ତ୍ୱେ ସେମାନଙ୍କ ପାଖକୁ ଆସୁନଥିବାରୁ ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆମରଣ ଅନଶନକୁ ନେଇ ଜିଲାପାଳ ଓ ସିଡିଏମଓଙ୍କୁ ଜଣାଇ ଦିଆଯାଇଛି ବୋଲି ସେମାନେ କହିଛନ୍ତି। ସୋମବାର ଛାତ୍ରୀଛାତ୍ରମାନେ ଦାବି ପୂରଣ ପାଇଁ କଲେଜ ସମ୍ମୁଖରେ ହୋମ ଯଜ୍ଞ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri