‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ୍ରମେ ରବିବାର ନୂଆପଡା ଏନ୍‌ଏସି କାର୍ଯ୍ୟାଳୟଠାରେ ‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କୁରୁକ୍ଷେତ୍ର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଓ ନୂଆପଡା ବରିଷ୍ଠ ନାଗରିକ ମଞ୍ଚର ମହିଳା ସଭାନେତ୍ରୀ ତଥା କବୟିତ୍ରୀ ପ୍ରମୋଦିନୀ ପଣ୍ଡା, କାଉନସିଲର ଶିବାନନ୍ଦ ପାତ୍ର ଓ ଧରମ ରାଜ ଶବର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ସମାରୋହରେ ନୂଆପଡ଼ା ସହରାଞ୍ଚଳର ୧୪ ସ୍ବୟଂସହାୟକ ଗୋଷ୍ଠୀ ମହିଳା ପାରମ୍ପରିକ ଖାଦ୍ୟ ଚାଉଳ ପୋଡ ପିଠା, ଆରିସା ପିଠା, ଚକୁଳି, ସିଝା ମଣ୍ଡା, ମୁଗ, ଚାଉଳ, ସୁଜି ମଣ୍ଡା, ମୁଗ ବରା, ଫେଣି, କାକରା, ଦୁଦୁରା, ମାଣ୍ଡିଆ ପିଠା ଇତ୍ୟାଦି ପ୍ରଦର୍ଶନ କରିଥିଲେ। ଜିଲାପାଳ ତାଙ୍କ ଭାଷଣରେ ପିଠା ପଣା ହେଉଛି ଆମ ଓଡ଼ିଆ ସଂସ୍କୃତିର ଏକ ଅଙ୍ଗ। ଆମର ବାର ମାସରେ ତେର ପର୍ବ ପାଳିତ ହୁଏ। ଏସବୁରେ ବିଭିନ୍ନ ପିଠାପଣା ପ୍ରସ୍ତୁତ ହୋଇଥାଏ। ସୁସ୍ବାଦୁ ପିଠା ପ୍ରସ୍ତୁତ କରିଥିବା ମା’ ଭଉଣୀମାନଙ୍କୁ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମରେ ଜିଲା ସଂସ୍କୃତି ଅଧିକାରୀ ରମେଶ କୁମାର ମହରା, ନୂଆପଡା ବିଡ଼ିଓ ରୋହିତ ଭୋଇ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା, ସ୍ବଂୟସହାୟିକା ଗୋଷ୍ଠୀ ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟର ସ୍ବାଦ ପରଖି ଥିଲେ। ପରେ ସମସ୍ତ ଗ୍ରୁପ ସଦସ୍ୟାଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଯାଜ୍ଞସେନି ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri