ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ସାହି ଓ ପୋଖରୀଗୁଡିକୁ ସ୍ବଚ୍ଛତା ଲକ୍ଷ୍ୟରେ ବିଏମ୍ସି ପକ୍ଷରୁ ବିଭିନ୍ନ ୱାର୍ଡରେ ଆମ ଶାୈଚାଳୟ ନିର୍ମାଣ କରାଯାଇଛି। ଯେଉଁଠାରେ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ପାଇଖାନା ବ୍ୟବସ୍ଥା ସହ ପାଣି ସୁବିଧା ମଧ୍ୟ ରହିଛି। କିନ୍ତୁ ଏହି ଶାୈଚାଳୟଗୁଡିକୁ ପରିଷ୍କାର ପରିଚ୍ଛନ୍ନ ରଖାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦା ଏହି ଶୌଚାଳୟ ବ୍ୟବହାର କରୁ ନ ଥିବା ଦେଖିବାକୁ ମିଳିଛି। ଫଳରେ ଲୋକେ ସ୍ଥାନୀୟ ପୋଖରୀ ଉପରେ ନିର୍ଭର କରିବାରୁ ପାଣି ଦୂଷିତ ହେଉଛି। ଏହା ଦେଖିବାକୁ ମିଳିଛି ବ୍ରହ୍ମପୁର ମହାନଗର ନିଗମ ୧୦ ନଂ. ୱାର୍ଡ ଅନ୍ତର୍ଗତ ଆଇନା ବନ୍ଧସାହିରେ। ଏହି ସାହିରେ ଥିବା ରାଜୀବ ଆବାସ ଆପାର୍ଟମେଣ୍ଟ ନିକଟରେ ଆମ ଶାୈଚାଳୟ ନିର୍ମାଣ କରାଯାଇଛି। ଯେଉଁଠାରେ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ପାଇଖାନା ବ୍ୟବସ୍ଥା ରହିଛି। କିନ୍ତୁ ଏହାକୁ ସଫେଇ ହେଉ ନ ଥିବାରୁ ବର୍ତ୍ତମାନ ଏହା ଅବ୍ୟବହୃତ ଭାବେ ପଡି ରହିଛି। ଫଳରେ ସ୍ଥାନୀୟ ବାସିନ୍ଦା ଆଇନା ବନ୍ଧ ପୋଖରୀ ଉପରେ ନିର୍ଭର କରୁଛନ୍ତି। ଫଳରେ ପୋଖରୀ ପାଣି ଦୂଷିତ ହେବା ସହ ପରିବେଶ ମଧ୍ୟ ପ୍ରଦୂଷିତ ହୋଇଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, ବିଏମ୍ସି ପକ୍ଷରୁ ଆମ ଶାୈଚାଳୟ ନିର୍ମାଣ କରାଯାଇଛି ସତ କିନ୍ତୁ ବ୍ୟବହାର ପାଇଁ ପାଣି ସୁବିଧା ନ ଥିବା ବେଳେ ପରିଷ୍କାର ପରିଚ୍ଛନତା କ୍ଷେତ୍ରରେ କାୈଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏପରିକି ଶାୈଚାଳୟ ନିକଟରେ ଥିତ୍ବା ଷ୍ଟ୍ରିଟ ଲାଇଟ ମଧ୍ୟ ଦୀର୍ଘ ଦିନ ଧରି ଜଳୁ ନାହିଁ। ଏ ନେଇ ସ୍ଥାନୀୟ ଲୋକ ପ୍ରତିନିଧିଠାରୁ ଆରମ୍ଭ କରି ବିଏମ୍ସି କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା କାୈଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏଣୁ ଶାୈଚାଳୟରେ ପରିଷ୍କାର ପରିଚ୍ଛନତା ସହ ଆଲୋକୀକରଣ ବ୍ୟବସ୍ଥା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି। ଏ ନେଇ କର୍ପୋରେଟର ବିଷ୍ଣୁ ପ୍ରିୟା ସାହୁଙ୍କ ସହ ଯୋଗାଯୋଗ ବେଳେ କହିଛନ୍ତି, ସଫେଇ କର୍ମଚାରୀ ନିୟୋଜିତ ହୋଇଥିବା ସତ୍ତ୍ୱେ ଆସୁ ନାହାନ୍ତି। ଏ ନେଇ ବିଏମ୍ସି କର୍ତ୍ତୃପକ୍ଷଙ୍କୁ ଅବଗତ ମଧ୍ୟ କରାଯାଇଛି। କିନ୍ତୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ।
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...
ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…
ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
Archives


