ମନ ମୋହିଲା ପାଇକ ଆଖଡ଼ା

ବେଗୁନିଆ,୪।୩(ଡି.ଏନ୍‌.ଏ.): ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ ମଲ୍ଲୀପଦର ଗ୍ରାମରେ ଆୟୋଜିତ ଆମ ଗାଁ ମହୋତ୍ସବ ଶୁକ୍ରବାର ଦ୍ୱିତୀୟ ସନ୍ଧ୍ୟାରେ ପାଇକ ଆଖଡ଼ା ନୃତ୍ୟ ଦର୍ଶକମାନଙ୍କର ମନ ମୋହିଥିଲା। ମହୋତ୍ସବ କମିଟିର ସଭାପତି ବିଦ୍ୟାଧର ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ କ୍ୟାପଟେନ ସିଦ୍ଧାର୍ଥ କୁମାର ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କଣ୍ଟାବାଡ ଇଣ୍ଡିଆନ ବ୍ୟାଙ୍କର ଶାଖା ପରିଚାଳକ ସନ୍ତୋଷ କୁମାର ସେନାପତି ମୁଖ୍ୟ ବକ୍ତା ଏବଂ ଶାଖାର କୋଷାଧ୍ୟକ୍ଷ ସତ୍ୟବାଦୀ ଦୋରା, ପୂର୍ବତନ ସମିତି ସଭ୍ୟ ସୁବାସ ଚନ୍ଦ୍ର ମହାନ୍ତି, କମିଟି ସମ୍ପାଦକ ଶିଶିର କୁମାର ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ପୂର୍ଣ୍ଣ ଚନ୍ଦ୍ର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଉପଦେଷ୍ଟା ରାଜକିଶୋର ପାଣିଗ୍ରାହୀ ସଂଯୋଜନା କରିଥିଲେ। ଏହାପରେ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ତେବେ ଗାଁରେ ବୁଡି ଯାଉଥିବା ଅନେକ ସଂସ୍କୃତି, ପରମ୍ପରା, ଲୋକକଳାକୁ ନେଇ ମଞ୍ଚ ଦୁଲୁକିଥିଲା। ଓଡ଼ିଶା ସଂସ୍କୃତି ବିଭାଗ କଳାକାରମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା। କୁହୁଡିର ପାଇକ ଆଖଡ଼ାର ଝଲକ ଦର୍ଶକଙ୍କୁ ଛୁଇଁଯାଇଥିଲା। ପରେ ଓଡ଼ିଶୀ ନୃତ୍ୟ, ଲୁଇସିଙ୍ଗାର ଢୋଲ ମହୁରି, ଗଞ୍ଜାମର ମୁଖା କଣ୍ଢେଇ ନାଚ ଏବଂ ଆଧୁନିକ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ ସ୍ଥାନୀୟ ଅଞ୍ଚଳର ବହୁ ପ୍ରତିଭାମାନଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ଛାପା ଓ ବେଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ଖବରଦାତା ଭଗବାନ ପଣ୍ଡା, ବିବେକାନନ୍ଦ ମିଶ୍ର, ଗୋବିନ୍ଦ ରଥ, ଦୁର୍ଗାପ୍ରସାଦ ଦାସ, ସଞ୍ଜୀବ କୁମାର ସେଠୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସୂଚନାଥାଉକି, ଆୟୋଜକ କମିଟି ପକ୍ଷରୁ ଜିଲା ଓ ବ୍ଲକ ପ୍ରଶାସନିକ ଅଧିକାରୀମାନଙ୍କୁ ମହୋତ୍ସବର ମଞ୍ଚ ଉପରକୁ ଅତିଥି ଭାବେ ନିମନ୍ତ୍ରିତ କରାଯାଇଥିଲା। ହେଲେ କେହି ଜଣେ ହେଲେ ଅଧିକାରୀ ଆସି ନ ଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri