ମନ ମୋହିଲା ପାଇକ ଆଖଡ଼ା

ବେଗୁନିଆ,୪।୩(ଡି.ଏନ୍‌.ଏ.): ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ ମଲ୍ଲୀପଦର ଗ୍ରାମରେ ଆୟୋଜିତ ଆମ ଗାଁ ମହୋତ୍ସବ ଶୁକ୍ରବାର ଦ୍ୱିତୀୟ ସନ୍ଧ୍ୟାରେ ପାଇକ ଆଖଡ଼ା ନୃତ୍ୟ ଦର୍ଶକମାନଙ୍କର ମନ ମୋହିଥିଲା। ମହୋତ୍ସବ କମିଟିର ସଭାପତି ବିଦ୍ୟାଧର ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ କ୍ୟାପଟେନ ସିଦ୍ଧାର୍ଥ କୁମାର ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କଣ୍ଟାବାଡ ଇଣ୍ଡିଆନ ବ୍ୟାଙ୍କର ଶାଖା ପରିଚାଳକ ସନ୍ତୋଷ କୁମାର ସେନାପତି ମୁଖ୍ୟ ବକ୍ତା ଏବଂ ଶାଖାର କୋଷାଧ୍ୟକ୍ଷ ସତ୍ୟବାଦୀ ଦୋରା, ପୂର୍ବତନ ସମିତି ସଭ୍ୟ ସୁବାସ ଚନ୍ଦ୍ର ମହାନ୍ତି, କମିଟି ସମ୍ପାଦକ ଶିଶିର କୁମାର ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ପୂର୍ଣ୍ଣ ଚନ୍ଦ୍ର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଉପଦେଷ୍ଟା ରାଜକିଶୋର ପାଣିଗ୍ରାହୀ ସଂଯୋଜନା କରିଥିଲେ। ଏହାପରେ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ତେବେ ଗାଁରେ ବୁଡି ଯାଉଥିବା ଅନେକ ସଂସ୍କୃତି, ପରମ୍ପରା, ଲୋକକଳାକୁ ନେଇ ମଞ୍ଚ ଦୁଲୁକିଥିଲା। ଓଡ଼ିଶା ସଂସ୍କୃତି ବିଭାଗ କଳାକାରମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା। କୁହୁଡିର ପାଇକ ଆଖଡ଼ାର ଝଲକ ଦର୍ଶକଙ୍କୁ ଛୁଇଁଯାଇଥିଲା। ପରେ ଓଡ଼ିଶୀ ନୃତ୍ୟ, ଲୁଇସିଙ୍ଗାର ଢୋଲ ମହୁରି, ଗଞ୍ଜାମର ମୁଖା କଣ୍ଢେଇ ନାଚ ଏବଂ ଆଧୁନିକ ନୃତ୍ୟ ପରିବେଷଣ କରାଯାଇଥିଲା। ପରେ ସ୍ଥାନୀୟ ଅଞ୍ଚଳର ବହୁ ପ୍ରତିଭାମାନଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ଛାପା ଓ ବେଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ଖବରଦାତା ଭଗବାନ ପଣ୍ଡା, ବିବେକାନନ୍ଦ ମିଶ୍ର, ଗୋବିନ୍ଦ ରଥ, ଦୁର୍ଗାପ୍ରସାଦ ଦାସ, ସଞ୍ଜୀବ କୁମାର ସେଠୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସୂଚନାଥାଉକି, ଆୟୋଜକ କମିଟି ପକ୍ଷରୁ ଜିଲା ଓ ବ୍ଲକ ପ୍ରଶାସନିକ ଅଧିକାରୀମାନଙ୍କୁ ମହୋତ୍ସବର ମଞ୍ଚ ଉପରକୁ ଅତିଥି ଭାବେ ନିମନ୍ତ୍ରିତ କରାଯାଇଥିଲା। ହେଲେ କେହି ଜଣେ ହେଲେ ଅଧିକାରୀ ଆସି ନ ଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?