୧୦,୦୪୧ ରକ୍ତ ନମୁନାରୁ ୨୪୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨ା୮(ବନ୍ଦନା ସେଠୀ): ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ୯୪ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ଏଥିସହ ଡେଙ୍ଗୁକୁ ପ୍ରତିହତ କରିବା ପାଇଁ ସ୍ବାସ୍ଥ୍ୟ ଟିମ୍‌ ସହିତ ସମନ୍ବୟ ରକ୍ଷା କରି ବିଏମ୍‌ସି ଅଞ୍ଚଳରେ ଡେଙ୍ଗୁ ସର୍ଭେଲାନ୍ସ ୨୦ ଜୁନ୍‌ରୁ ଆରମ୍ଭ ହୋଇଛି। ଡେଙ୍ଗୁ ସଂକ୍ରମଣ ରୋକିବା ପାଇଁ ପ୍ରାୟ ୮୫୦ ସ୍ବେଚ୍ଛାସେବୀ ବିଏମ୍‌ସି ଅଞ୍ଚଳରେ ଘରଘର ବୁଲି ଡେଙ୍ଗୁ ଉତ୍ସଗୁଡିକ ହ୍ରାସ ଉପରେ ସଚେତନତା ସୃଷ୍ଟି କରୁଛନ୍ତି। ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି। ମଶାବଂଶ ବୃଦ୍ଧି ଉତ୍ସ ହ୍ରାସ ସହିତ ଲାର୍ଭା ବିରୋଧୀ କାର୍ଯ୍ୟକ୍ରମ ମଧ୍ୟ ଜାରି ରହିଥିବା କୁହାଯାଇଛି। ସେହିପରି ଚଳିତ ମାସ ୨୨ ତାରିଖରୁ ସବୁ ଓ୍ବାର୍ଡରେ ଅଟୋ ମାଉଁଡେଟ ଏବଂ ହ୍ୟାଣ୍ଡ ଅପରେଟେଡ୍‌ ଫଗିଂ ବା ମଶାଧୂଆଁ ଦେବା କାର୍ଯ୍ୟକ୍ରମ ଚାଲୁ ରହିଛି।
ଅପରପକ୍ଷେ ଗତବର୍ଷ ତୁଳନାରେ ଚଳିତବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କମ୍‌ ରହିଥିବା ସୂଚନା ଦିଆଯାଇଛି। ୨୦୨୩ ଜୁଲାଇରେ ୨୧୯୫ ନମୁନା ଟେଷ୍ଟିଂ ହୋଇଥିବାବେଳେ ଚଳିତବର୍ଷ ଜୁଲାଇରେ ୩୩୧୭ ଟେଷ୍ଟିଂ ହୋଇଛି। ସେହିପରି ୨୦୨୩ରେ ୫୦୯ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୦୨୪ରେ ଏହି ସଂଖ୍ୟା ୧୯୦ ରହିଛି। ଟେଷ୍ଟ ଓ ପଜିଟିଭ୍‌ ରେଟ୍‌ ୨୦୨୩ରେ ୨୩.୧୯% ରହିଥିବାବେଳେ ୨୦୨୪ରେ ଏହା ୫.୭୩ % ରହିଛି। ନାଗରିକଙ୍କ ସଚେତନତା ବୃଦ୍ଧି ହେତୁ ଏହା ସମ୍ଭବ ହୋଇପାରିଛି। ତେଣୁ ଏହି ସଚେତନତା ବଜାୟ ରଖି ଭୁବନେଶ୍ୱରର ଜନସ୍ବାସ୍ଥ୍ୟକୁ ସମସ୍ତ ଦିଗରୁ ଉନ୍ନତ ରଖିବା ପାଇଁ ବିଏମ୍‌ସି କର୍ତ୍ତୃପକ୍ଷ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri