୧୩ ବ୍ଲକରୁ ୧୧ ବ୍ଲକ ଶିକ୍ଷା ଅଧିକାରୀ ପଦବୀ ଖାଲି

ଏମ୍‌.ରାମପୁର,୨୨ା୬(ଶଶିଭୂଷଣ ପ୍ରହରାଜ)କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ଜିଲାର ୧୩ଟି ବ୍ଲକରୁ ବର୍ତ୍ତମାନ ୨ଜଣ ନିୟିମିତ ଗୋଷ୍ଠି ଶିକ୍ଷା ଅଧିକାରୀ କାର୍ଯ୍ୟ କରୁଥିବାବେଳେ ୧୧ଟି ପଦବୀ ଖାଲି ପଡିଛି। ଏଥିଯୋଗୁ ଶିକ୍ଷା ବିଭାଗର ଅନେକ କାର୍ଯ୍ୟ ପ୍ରଭାବିତ ହୋଇଛି। କର୍ଲାମୁଣ୍ଡା ବିଇଓ ଅବସରପ୍ରାପ୍ତ ହୋଇ ଏକ ବର୍ଷ ବିତିଯାଇଛି। ମ.ରାମପୁର ବିଇଓ ଅବସରପ୍ରାପ୍ତ ହୋଇ ୬ମାସ ବିତି ଯାଇଛି। ଏହି ୨ଟି ସ୍ଥାନରେ ନର୍ଲାରେ କାର୍ଯ୍ୟରତ ବିଇଓ ତପିମଣି ଜାନୀଙ୍କୁ ଦୁଇଟି ବ୍ଲକର ଭାରପ୍ରାପ୍ତ ବିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଥୁ.ରାମପୁରରେ ଲୋକନାଥ ବେହେରା ନିୟମିତ ବିଇଓ ଭାବେ କାର୍ଯ୍ୟ କରୁଛନ୍ତି। ଏହି ୨ଜଣଙ୍କୁ ବାଦ ଦେଲେ ଅନ୍ୟ ବ୍ଲକକୁ ବିଭିନ୍ନ ହାଇସ୍କୁଲ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ସାମୁହିକ ଭାବେ ଭାରପ୍ରାପ୍ତ ବିଇଓ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ପୁଣି ଜଣଙ୍କୁ ଏକାଧିକ ଁ ବ୍ଲକ ଦାୟିତ୍ୱ ଦିଆଯାଇଛି। ଫଳରେ ଅବ୍ୟବସ୍ଥା ଦ୍ୱିଗୁଣିତ ହୋଇଛି। ଜୁନାଗଡ ହାଇସ୍କୁଲର ନେପାଳ ବାଗଙ୍କୁ ଜୟପାଟଣା, କୋକସରା, ଗୋଲାମୁଣ୍ଡା, ଧର୍ମଗଡ ୫ଟି ବ୍ଲକ ଭାରପ୍ରାପ୍ତ ବିଇଓ କରାଯାଇଛି। ଭବାନୀପାଟଣା ବାଳିକା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷୟିତ୍ରୀ ସୁନନ୍ଦା ପଣ୍ଡା ଭବାନୀପାଟଣା ଓ ଲାଞ୍ଜିଗଡ ୨ଟି ବ୍ଲକର ଭାରପ୍ରାପ୍ତ ବିଇଓ ଭାବ କାର୍ଯ୍ୟ କରୁଛନ୍ତି। ଭବାନୀପାଟଣା ବିଏମ୍‌ ହାଇସ୍କୁଲ ପ୍ରଧାନ ଶିକ୍ଷକ ଷଷ୍ଠି ଝାଙ୍କରଙ୍କୁ କେସିଙ୍ଗା ଓ ଜୁନାଗଡ ଦୁଇଟି ବ୍ଲକର ଭାରପ୍ରାପ୍ତ ବିଇଓ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ ଏପ୍ରିଲ ମାସ ଦରମା ପ୍ରଦାନରେ ୧୧ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଖାପାଖି କମ୍‌ ଦରମା ପ୍ରଦାନ ହୋଇଛି ମ.ରାମପୁର ବ୍ଲକରେ। ସେହିପରି ଅଧିକାଂଶ ଶିକ୍ଷକଙ୍କ ମେ’ର ଦରମା ରଜପର୍ବ ପରେ ମଧ୍ୟ ପ୍ରଦାନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri