ଏମ୍.ରାମପୁର,୨୨ା୬(ଶଶିଭୂଷଣ ପ୍ରହରାଜ)କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ଜିଲାର ୧୩ଟି ବ୍ଲକରୁ ବର୍ତ୍ତମାନ ୨ଜଣ ନିୟିମିତ ଗୋଷ୍ଠି ଶିକ୍ଷା ଅଧିକାରୀ କାର୍ଯ୍ୟ କରୁଥିବାବେଳେ ୧୧ଟି ପଦବୀ ଖାଲି ପଡିଛି। ଏଥିଯୋଗୁ ଶିକ୍ଷା ବିଭାଗର ଅନେକ କାର୍ଯ୍ୟ ପ୍ରଭାବିତ ହୋଇଛି। କର୍ଲାମୁଣ୍ଡା ବିଇଓ ଅବସରପ୍ରାପ୍ତ ହୋଇ ଏକ ବର୍ଷ ବିତିଯାଇଛି। ମ.ରାମପୁର ବିଇଓ ଅବସରପ୍ରାପ୍ତ ହୋଇ ୬ମାସ ବିତି ଯାଇଛି। ଏହି ୨ଟି ସ୍ଥାନରେ ନର୍ଲାରେ କାର୍ଯ୍ୟରତ ବିଇଓ ତପିମଣି ଜାନୀଙ୍କୁ ଦୁଇଟି ବ୍ଲକର ଭାରପ୍ରାପ୍ତ ବିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଥୁ.ରାମପୁରରେ ଲୋକନାଥ ବେହେରା ନିୟମିତ ବିଇଓ ଭାବେ କାର୍ଯ୍ୟ କରୁଛନ୍ତି। ଏହି ୨ଜଣଙ୍କୁ ବାଦ ଦେଲେ ଅନ୍ୟ ବ୍ଲକକୁ ବିଭିନ୍ନ ହାଇସ୍କୁଲ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ସାମୁହିକ ଭାବେ ଭାରପ୍ରାପ୍ତ ବିଇଓ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ପୁଣି ଜଣଙ୍କୁ ଏକାଧିକ ଁ ବ୍ଲକ ଦାୟିତ୍ୱ ଦିଆଯାଇଛି। ଫଳରେ ଅବ୍ୟବସ୍ଥା ଦ୍ୱିଗୁଣିତ ହୋଇଛି। ଜୁନାଗଡ ହାଇସ୍କୁଲର ନେପାଳ ବାଗଙ୍କୁ ଜୟପାଟଣା, କୋକସରା, ଗୋଲାମୁଣ୍ଡା, ଧର୍ମଗଡ ୫ଟି ବ୍ଲକ ଭାରପ୍ରାପ୍ତ ବିଇଓ କରାଯାଇଛି। ଭବାନୀପାଟଣା ବାଳିକା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷୟିତ୍ରୀ ସୁନନ୍ଦା ପଣ୍ଡା ଭବାନୀପାଟଣା ଓ ଲାଞ୍ଜିଗଡ ୨ଟି ବ୍ଲକର ଭାରପ୍ରାପ୍ତ ବିଇଓ ଭାବ କାର୍ଯ୍ୟ କରୁଛନ୍ତି। ଭବାନୀପାଟଣା ବିଏମ୍ ହାଇସ୍କୁଲ ପ୍ରଧାନ ଶିକ୍ଷକ ଷଷ୍ଠି ଝାଙ୍କରଙ୍କୁ କେସିଙ୍ଗା ଓ ଜୁନାଗଡ ଦୁଇଟି ବ୍ଲକର ଭାରପ୍ରାପ୍ତ ବିଇଓ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ ଏପ୍ରିଲ ମାସ ଦରମା ପ୍ରଦାନରେ ୧୧ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଖାପାଖି କମ୍ ଦରମା ପ୍ରଦାନ ହୋଇଛି ମ.ରାମପୁର ବ୍ଲକରେ। ସେହିପରି ଅଧିକାଂଶ ଶିକ୍ଷକଙ୍କ ମେ’ର ଦରମା ରଜପର୍ବ ପରେ ମଧ୍ୟ ପ୍ରଦାନ ହୋଇନାହିଁ।
Posted inHome, Home Left, ଆମ ଜିଲା ଖବର, କଳାହାଣ୍ଡି View All
BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…
ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…
BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ
ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…
ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…
ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍ରେ
ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

