୫୦୪ ନୂଆ ଏମ୍‌ପି କୋଟିପତି, ୨୫୧ଙ୍କ ନାମରେ ମାମଲା

ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି। ଅନ୍ୟପଟେ କଂଗ୍ରେସ ଏଥର ୯୯ ଆସନ ଜିତିବାରେ ସକ୍ଷମ ହୋଇଛି। ୨୯୩ ଅସନ ସହିତ ଏନ୍‌ଡିଏ ଲଗାତାର ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ନୂଆ ସରକାର ଗଠନ କରିବାକୁ ପ୍ରସ୍ତୁତି ଚାଲିଥିବା ବେଳେ ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ ( ଏଡିଆର୍‌ ) ୨୦୨୪ ଲୋକସଭା ନିର୍ବାଚନ ଜିତିଥିବା ସମସ୍ତ ୫୪୩ ପ୍ରାର୍ଥୀଙ୍କ ସମ୍ପତ୍ତିଗତ ଘୋଷଣା ପତ୍ରର ତର୍ଜମା କରି ରିପୋର୍ଟ ପ୍ରକାଶ କରିଛି।
ଏଡିଆର ଜାରି କରିଥିବା ରିପୋର୍ଟରୁ ୫୪୩ ବିଜେତା ପ୍ରାର୍ଥୀଙ୍କ ମଧ୍ୟରୁ ୨୫୧ ଜଣଙ୍କ ନାମରେ ଅପରାଧିକ ମାମଲା ରହିଥିବା ଜଣାପଡ଼ିଛି। ସେମନଙ୍କ ମଧ୍ୟରୁ ୧୭୦ ଜଣଙ୍କ ନାମରେ ଗମ୍ଭୀର ଅପରାଧିକ ମାମଲା ରୁଜୁ କରାଯାଇଛି। ଯେଉଥିରେ ହତ୍ୟା, ହତ୍ୟା କରିବାକୁ ପ୍ରୟାସ, ମହିଳାଙ୍କ ବିରୋଧରେ ଅପରାଧ ଆଦି ମାମଲା ରହିଛି।
ସେହିପରି ୫୪୩ ବିଜେତାଙ୍କ ମଧ୍ୟରୁ ୫୦୪ ବିଜେତା ପ୍ରାର୍ଥୀ କୋଟିପତି ହୋଇଥିବା ଜଣାପଡ଼ିଛି। ଭାଜପାର ସବୁଠାରୁ ଅଧିକ କୋଟିପତି ପ୍ରାର୍ଥୀ ରହିଛନ୍ତି। ଭାଜପାର ୨୨୭ ବିଜେତା ପ୍ରାର୍ଥୀ କୋଟିପତି। ଅନ୍ୟପଟେ ଦ଼୍ବିତୀୟ ସ୍ଥାନରେ ରହିଛି କଂଗ୍ରେସ। ୯୨ ବିଜେତା କୋଟିପତି ପ୍ରାର୍ଥୀ ଏହି ଦଳରେ ରହିଛନ୍ତି। ନିର୍ବାଚନ ପୂର୍ବରୁ ଦାଖଲ କରିଥିବା ଘୋଷଣାନାମାରେ ଏହି ପ୍ରାର୍ଥୀ ମାନେ ସେମାନଙ୍କର ମୋଟ ସମ୍ପତ୍ତି ଏକ କୋଟିରୁ ଅଧିକ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?