Posted inଜାତୀୟ

କେରଳରେ ବଢି ଚାଲିଛି ଆନ୍ଥ୍ରାକ୍ସ

ଥିରୁଭାନନ୍ତପୁରମ,୩୦ ।୬: କେରଳରେ କୋଭିଡ ୧୯ ପୁଣିଥରେ ବଢି ଚାଲିଥିବା ବେଳେ ଇତିମଧ୍ୟରେ ଆନ୍ଥ୍ରାକ୍ସ ଆଉ ଏକ ସମସ୍ୟା ହୋଇ ମୁଣ୍ଡ ଟେକିଛି । କେରଳର ଅଥିରାପିଲ୍ଲି ବନାଞ୍ଚଳରେ ଗତ କିଛିଦିନ ହେବ ଆନ୍ଥ୍ରାକ୍ସ କାରଣରୁ ଅଧିକାଂଶ ଜଙ୍ଗଲି ଘୁଷୁରିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ରାଜ୍ୟ ସରକାର ଏସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ।
ସ୍ୱାସ୍ଥ୍ୟମନ୍ତ୍ରୀ ବିନା ଜର୍ଜ କହିଛନ୍ତି ଅଥିରାପିଲ୍ଲି ବନାଞ୍ଚଳରେ ଜଙ୍ଗଲି ଘୁଷୁରିଙ୍କ ନିକଟରେ ଆନ୍ଥ୍ରାକ୍ସ ଥିବା ଜଣାପଡିଛି । ଏଠାରେ ଜଙ୍ଗଲି ଘୁଷୁରିଙ୍କର ସାମୁହିକ ମୃତ୍ୟୁ ହୋଇଛି । ଏହାପରେ ସ୍ୱାସ୍ଥ୍ୟ ବିଭାଗ, ପଶୁ ପାଳନ ବିଭାଗ ଓ ବନ ବିଭାଗ ଏହାର ଯାଞ୍ଚ ଆରମ୍ଭ କରିଛନ୍ତି । ଏଥିପାଇଁ ଘୁଷୁରିଙ୍କ ନମୁନା ପରୀକ୍ଷଣ କରାଯାଇଛି ।
ଜର୍ଜ କହିଛନ୍ତି ଏହା ଜଣାପଡିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ସାଧାରଣତଃ ମାଟିରେ ପ୍ରାକୃତିକ ଭାବେ ଦେଖାଯାଉଥିବା ବ୍ୟାକ୍ଟେରିଆ ଓ ସାଧାରଣ ଭାବେ ଗୃହପାଳିତ ଓ ଜଙ୍ଗଲି ଜନ୍ତୁଙ୍କ ସଂସ୍ପର୍ଶକରେ ଆସିଲେ ଏହା ବ୍ୟାପିଥାଏ । ତେଣୁ ଯେଉଁମାନେ ଜଙ୍ଗଲି ଘଉଷୁରିଙ୍କୁ ବାହାର କରି ପୋତି ଦେଉଛନ୍ତି ସେମାନଙ୍କ ଉପରେ ବିଶେଷ ଦୃଷ୍ଟି ରଖାଯାଇଛି । ସେଥିପାଇଁ ସେମାନଙ୍କୁ ଆବଶ୍ୟକ ନିବାରକ ଉପଚାର ବି ଦିଆଯାଉଛି । ଏହାସହ ଯେଉଁଠି ଜନ୍ତୁମାନେ ଆନ୍ଥ୍ରାକ୍ସରେ ମରି ଯାଉଛନ୍ତି ଯେଠାକୁ ଯିବାକୁ ସାଧାରଣ ଜନତାଙ୍କୁ ବାରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?