ଧରଣୀଧର ମେଡିକାଲ କଲେଜରେ ରୋଗୀସେବା ଆରମ୍ଭ

କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଥିବା ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାରଠାରୁ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ ଲାଇନ୍‌ରେ କେନ୍ଦୁଝରର ୫୦୦ ସିଟ୍‌ ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀସେବା ପାଇଁ ହସ୍ପିଟାଲର ଉଦ୍‌ଘାଟନ କରିଥିଲେ।
ପୂର୍ବରୁ ୧୦୦ ସିଟ୍‌ ବିଶିଷ୍ଟ ମେଡିକାଲ କଲେଜର ଉଦ୍‌ଘାଟନ କରାଯାଇଥିଲା। କିନ୍ତୁ ବିଭିନ୍ନ କାରଣରୁ ରୋଗୀ ଚିକିତ୍ସା ପାଇଁ ମେଡିକାଲ ଖୋଲାଯାଇପାରି ନ ଥିଲା। ଏଠାରେ ନିଯୁକ୍ତି ପାଇଥିବା ପ୍ରଫେସର, ଆସିଷ୍ଟାଣ୍ଡ ପ୍ରଫେସରମାନେ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଇ ସେଠାରେ ରୋଗୀ ସେବା କରିଆସୁଥିଲେ। ଫଳରେ ଉଭୟ ଡାକ୍ତର ରୋଗୀ ସେବାରେ ନା ନା ସମସ୍ୟା ଦେଖାଦେଉଥିଲା। ବର୍ତ୍ତମାନ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ପ୍ରାରମ୍ଭରେ ମେଡିସିନ, ଚର୍ମ, ମାନସିକ ରୋଗ, ଦନ୍ତ ଚିକିତ୍ସା ଓପିଡି ସେବା ଉପଲବ୍ଧ ହେବ। ପରବର୍ତ୍ତୀ ସମୟରେ ଅନ୍ୟ ବିଭାଗର ଓପିଡି ଖୋଲିବ ଏବଂ ଇନ୍‌ଡୋର ସେବା ଆରମ୍ଭ ହେବ ବୋଲି ଡିନ୍‌ ଚିନ୍ନୟୀ ମହାପାତ୍ର ସୂଚନା ଦେଇଛନ୍ତି। ସେହିପରି ଗୁରୁତ୍ୱପୂର୍ଣ୍ଣ ରୋଗୀଙ୍କ ପାଇଁ କିଛି ବେଡ୍‌ ବ୍ୟବସ୍ଥା କରାଯାଇଛି। ଅନ୍‌ଲାଇନରେ ଉଦ୍‌ଘାଟନ ସମୟରେ ୫-ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଉପସ୍ଥିତ ଥିଲେ। ଏହି ଅବସରରେ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଅନୁଷ୍ଠିତ ସଭାରେ ବିଧାୟକ ଜଗନ୍ନାଥ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ଜିଲାପାଳ ବିଶାଳ ସିଂହ ଓ କଲେଜର ଡିନ୍‌ ଚିନ୍ମୟୀ ମହାପାତ୍ର ମଞ୍ଚାସୀନ ଥିଲେ। ଏହି ଅବସରରେ ବିଧାୟକ ମୋହନ ମାଝୀ, ସୁପରିଣ୍ଟେଣ୍ଡେଣ୍ଟ ମହେନ୍ଦ୍ର ନାୟକ, ସିଡିଏମଓ ଡା. କିଶୋର ଚନ୍ଦ୍ର ପୃଷ୍ଟି, ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର, ବହୁ ବିଶିଷ୍ଟ ଲୋକ, ମେଡିକାଲ କଲେଜ ଓ ନସିଂ ଛାତ୍ରୀଛାତ୍ର, କର୍ମଚାରୀ, ସ୍ବଂୟ ସହାୟିକା ଗୋଷ୍ଠୀର ସଦସ୍ୟା ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଡିଏମ୍‌ଏଫ୍‌ ଅନୁଦାନରେ ୪୬୯.୭୦ କୋଟି ବ୍ୟୟ ଅଟକଳରେ ୨୦୨୩ରେ ନିର୍ମାଣ ଶେଷ ହୋଇ ପ୍ରଥମେ ମେଡିକାଲ ପାଠପଢ଼ା ଓ ଏବେ ଚିକିତ୍ସା ସୁବିଧା ମିଳିଛି। ତେବେ ମେଡିକାଲ କଲେଜ ଓ ହସ୍ପିଟାଲରେ କେବେ ଇନ୍‌ଡୋର ରୋଗୀ ସେବା, ଅତ୍ୟାଧୁନିକ ଯନ୍ତ୍ରପାତି ଲାଗି ଉଚ୍ଚ ଚିକିତ୍ସା ବ୍ୟବସ୍ଥା ହେବ ଏବଂ କଟକ ଏସସିବି ମେଡିକାଲ କଲେଜକୁ ନ ଯାଇ କେନ୍ଦୁଝର ଜିଲା ତଥା ବାହାର ଜିଲା ଓ ରାଜ୍ୟର ରୋଗୀ ଏଠାରେ ଚିକିତ୍ସା ସୁବିଧା ପାଇପାରିବେ ତାହା ଦେଖିବାକୁ ବାକି ରହିଛି। ସେହିପରି ଟ୍ରୋମା କେୟାର ସେଣ୍ଟର, କ୍ୟାନସର ହସ୍ପିଟାଲ, ଆଇସିୟୁ, ଡାଇଗ୍ନୋଷ୍ଟିକ ସେଣ୍ଟର ଆଦି ତୁରନ୍ତ ଖୋଲିବା ଏବଂ କାର୍ଯ୍ୟକ୍ଷମ କରିବାକୁ ଦାବି ହେଉଛି। ଏହି ସବୁ ତୁରନ୍ତ କାର୍ଯ୍ୟକ୍ଷମ ହେଲେ ଘରୋଇ ନର୍ସିଂହୋମ ଓ ଡାକ୍ତରଖାନା ଆଦିଙ୍କ ପ୍ରାଦୂର୍ଭାବ କମିବ ବୋଲି ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ.ବିମ୍ବାଧର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri