ଓୟୁଟିଆର୍‌ର ହେବ ନବକଳେବର: ୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର୍‌)ର ନବକଳେବର ହେବ। ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ଭାବେ ପରିଚିତ ଥିଲା। ଏବେ ଏହି ଅନୁଷ୍ଠାନର ଭିତ୍ତିଭୂମିଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଆଦିର ରୂପାନ୍ତର ହେବ । ୩ ବର୍ଷରେ ୩ଟି ପର୍ଯ୍ୟାୟରେ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ। କେବଳ ପ୍ରଥମ ବର୍ଷରେ ୧୦୦୦ କୋଟି ଟଙ୍କା ବିନିଯୋଗ ହେବ । ଅନ୍ୟ ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯାଇପାରିବ । ମଙ୍ଗଳବାର ଓୟୁଟିଆରର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ବର୍ତ୍ତମାନ ଓୟୁଟିଆରର ୪୬୦୦ ଛାତ୍ରଛାତ୍ରୀ ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରଛାତ୍ରୀ ପଢିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାର ବିକାଶ କରାଯିବ। ଉଚ୍ଚମାନର ଶିକ୍ଷାଦାନ ଉପରେ ଗୁରୁତ୍ୱ ସହ ନିୟୁ ଏଜ୍‌ ଟେକ୍ନୋଲୋଜି ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ ସେଣ୍ଟର ଅଫ ଏକ୍ସଲେନ୍ସ ମଧ୍ୟ ପ୍ରତିଷ୍ଠା କରାଯିବ । ଏହାସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ୱବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ । ପ୍ରଯୁକ୍ତି ବିଦ୍ୟା ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ଷ୍ଟାର୍ଟଅପ କଲ୍ଚରକୁ ଉସ୩ାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ ଇନକୁବେସନ ସେଣ୍ଟରର ମଧ୍ୟ ବିକାଶ କରାଯିବ । ବିଶ୍ୱବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ ପ୍ଲାନେଟ ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri