ମସ୍‌ଜିଦରୁ ପାଣି ନେବାରୁ ହିନ୍ଦୁ ପରିବାରକୁ ବନ୍ଧକ ରଖି ନିର୍ଯାତନା

ଇସ୍‌ଲାମାବାଦ,୨୨।୯: ମସଜିଦର ପବିତ୍ରତା ଉଲ୍ଲଂଘନ କରିବା ଲାଗି ଏକ ହିନ୍ଦୁ ପରିବାରକୁ ବନ୍ଧକ କରି ରଖାଯିବା ସହ ନିର୍ଯାତନା ଦିଆଯାଇଛି। ଏଭଳି ଘଟଣା ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଘଟିଥିବା ସେଠାକାର ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି।

ଡନ ଖବରକାଗଜରେ ପ୍ରକାଶ ପାଇଥିବା ରିପୋର୍ଟ ମୁତାବକ ପଞ୍ଜାବର ରହିମ୍ୟାର ଖାନ ସହରର ବସୀନ୍ଦା ଅଲାମ ରାମ ଭିଲ ନିଜ ପରିବାର ସହ କ୍ଷେତରେ କାମ କରୁଥିଲେ। କ୍ଷେତ ପାଖରେ ଥିବା ମସ୍‌ଜିଦରୁ ସେମାନେ ପିଇବା ପାଇଁ ପାଣି ଆଣିଥିଲେ। ଏଥି ଯୋଗୁ ସେଠାକର ଜମି ମାଲିକ ସେମାନଙ୍କୁ ମାଡ଼ ମାରିଥିଲେ। ପରେ ସେମାନଙ୍କୁ ନିଜ ଘରେ ବନ୍ଧକ ରଖି ନିର୍ଯାତନା ଦେଇଥିଲେ ଜମି ମାଲିକ। ତେବେ ଏ ସମ୍ପର୍କରେ ପୋଲିସ ପ୍ରଥମେ ମାମଲା ରୁଜୁ କରି ନ ଥିଲା। କାରଣ ଅଭିଯୁକ୍ତମାନେ ସ୍ଥାନୀୟ ଏମ୍‌ପିଙ୍କ ନିକଟସ୍ଥ, ଯିଏ କି ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସରକାରୀ ଦଳ ପାକିସ୍ତାନ ତେହରିକ-ଇ-ଇନସାଫ (ପିଟିଆଇ) ପାର୍ଟିର ସଦସ୍ୟ।
ପୋଲିସ ମାମଲା ରୁଜୁ ନ କରିବାରୁ ଅଳ୍ପ ସଂଖ୍ୟକ ସମ୍ପ୍ରଦାୟର ଅନ୍ୟ ସଦସ୍ୟଙ୍କୁ ଧରି ବିକ୍ଷୋଭ କରିଥିଲେ ଅଲାମ ରାମ। ପିଟିଆଇର ଏମ୍‌ପି ଜାଭେଦ ଓ୍ବାରିଆଚଙ୍କ ହସ୍ତକ୍ଷେପ ପରେ ପୋଲିସ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri