ପ୍ରାଇଭେଟ୍‌ ସ୍କୁଲ ଫି ଚାପରେ ଅତିଷ୍ଠ ହୋଇ ୪୩ ହଜାରରୁ ଅଧିକ ଛାତ୍ରୀଛାତ୍ର କଲେ ଏପରି…

ଗୁଡ଼ଗାଓଁ, ୨୭।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍‌ ସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଲଗାତାର ଫି ଦେବାକୁ କୁହାଯାଉଛି। ଏଥିରେ ବ୍ୟସ୍ତ ବିବ୍ରତ ହୋଇ ଦିଲ୍ଲୀର ଗୁଡ଼ଗାଓଁର ୨,୪୫୩ ଛାତ୍ରୀଛାତ୍ର ସରକାରୀ ସ୍କୁଲରେ ନାମ ଲେଖାଇଛନ୍ତି। ଦେଶବ୍ୟାପୀ ବିଭିନ୍ନ ରାଜ୍ୟରେ ୪୩ ହଜାର ୨୯୩ ଛାତ୍ରୀଛାତ୍ର ପ୍ରାଇଭେଟ୍‌ ସ୍କୁଲ ଛାଡ଼ି ସରକାରୀ ସ୍କୁଲରେ ନାମ ଲେଖାଇଛନ୍ତି। ଏପ୍ରିଲ୍‌ରୁ ଜୁଲାଇ ମାସରେ ଏଭଳି ଘଟିଥିବା କୁହାଯାଉଛି। ହରିୟାଣାର ହିସାରରେ ସର୍ବାଧିକ ୩,୪୩୪ ଛାତ୍ରୀଛାତ୍ର ଏଭଳି କରିଛନ୍ତି। କରୋନା ମହାମାରୀ ସମୟରେ ପ୍ରାଇଭେଟ୍‌ ସ୍କୁଲର ଫି ଜମା କରିବା ତାଗିଦ୍‌ରେ ଅତିଷ୍ଠ ହୋଇ ଅଭିଭାବକମାନେ ଏଭଳି କରିଛନ୍ତି। ସରକାରୀ ସ୍କୁଲରେ ଅଷ୍ଟମ ପର୍ଯ୍ୟନ୍ତ କୌଣସି ଫି ଦେବାକୁ ପଡୁ ନ ଥିବାବେଳେ ମାଗଣାରେ ମଧ୍ୟାହ୍ନ ଭୋଜନ ମଧ୍ୟ ମିଳୁଛି। ଫଳରେ ଅଧିକ ଅଭିଭାବକ ସରକାରୀ ସ୍କୁଲ ପ୍ରତି ଆକର୍ଷିତ ହେଉଛନ୍ତି। ଫରିଦାବାଦରେ ୨୦୭୪, ରିଓ୍ବାଡିରେ ୨୧୨୨, ଝଞ୍ଜରରେ ୧୫୦୨, ନୁଁହରେ ୯୨୯, ପଲଓ୍ବଲରେ ୧୨୯୦ ଏବଂ ଚରଖି ଦାଦରିରେ ୫୪୬ ଜଣ ଛାତ୍ରୀଛାତ୍ର ପ୍ରାଇଭେଟ୍‌ ସ୍କୁଲ ଛାଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri