ଗାନ୍ଧୀ ଭବନ ହେଉ ନ ଥିବାରୁ କ୍ଷୋଭ

ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ବାଜି ରାଉତ ଛାତ୍ରାବାସ ଏବଂ ରାଷ୍ଟ୍ରୀୟ ଯୁବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ଗାନ୍ଧିଜୀଙ୍କ ଅନୁଗୋଳ ଆଗମନର ୮୮ତମ ସ୍ମୃତି ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବସ୍‌ଷ୍ଟାଣ୍ଡରୁ ବାରିଥିବା ଶାନ୍ତି ପଦଯାତ୍ରା ନଗର ପରିକ୍ରମା କରି ଶିମିଳିପଡ଼ାସ୍ଥିତ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚତ୍ଥିଲା। ଆୟୋଜିତ ସଭାରେ ଉତ୍କଳ ଗାନ୍ଧୀ ସ୍ମାରକ ନିଧିର ସଭାନେତ୍ରୀ କୃଷ୍ଣା ମହାନ୍ତି ସଭାପତିତ୍ୱ କରିଥିଲେ। ଅନୁଗୋଳରେ ଗାନ୍ଧୀ ଭବନ ନିର୍ମାଣ ଦୀର୍ଘବର୍ଷର ଦାବି। ଅଦ୍ୟାବଧି ଏହା ହୋଇପାରିନାହିଁ, ଯାହାକୁ ନେଇ ଉପସ୍ଥିତ ବକ୍ତାମାନେ କ୍ଷୋଭ ପ୍ରକାଶ କରିଥିଲେ।
ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଶାଖା ସଭାପତି ଶରତ ଚନ୍ଦ୍ର ସାହୁ, ଇଂ. ଧନେଶ୍ୱର ସାହୁ, ଡ. ବିଶ୍ୱଜିତ୍‌, ପ୍ରଫେସର କୁଳମଣି ନାୟକ, ଡ. ରମାମଞ୍ଜରୀ ଗଡ଼ନାୟକ, ପ୍ରଫେସର ଶାନ୍ତନୁ ସର, ପ୍ରଫେସର କୁମୁଦ ଚନ୍ଦ୍ର ଦାସ, ଡ. ଧରଣୀଧର ନାଥ, କୈଳାସ ଚନ୍ଦ୍ର ସାହୁ, ଗୋପାଳ ନାଥ, ସରସ୍ବତୀ ସ୍ବାଇଁ, ଅନ୍ତର୍ଯ୍ୟାମୀ ବରାଳ,
ପ୍ରାଧ୍ୟାପକ ବିଶ୍ୱରଞ୍ଜନ ପ୍ରଧାନ, ଶଙ୍କର ବେହେରା, ପର୍ଶୁରାମ ଦାସ, ସୁଶାନ୍ତ ତ୍ରିପାଠୀ, ଲମ୍ବୋ କୁମାର ପ୍ରଧାନ, ଅରୁଣ ସାହୁ, ପ୍ରଦ୍ୟୁମ୍ନ ନାୟକ, ପ୍ରତିମା ନାୟକ, ଲିପିକା ମହାପାତ୍ର, ମାନସ ପଟ୍ଟନାୟକ, ପ୍ରମୋଦ ଜେନା ପ୍ରମୁଖ ଯୋଗଦେଇଥିଲେ। ରାଷ୍ଟ୍ରୀୟ ଯୁବା ସଙ୍ଗଠନର ରାଜ୍ୟ ସଂଯୋଜକ ସୂର୍ଯ୍ୟନାରାୟଣ ନାଥ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭରେ ହିନ୍ଦୁ, ଇସ୍‌ଲାମ, ଖ୍ରୀଷ୍ଟିଆନ, ମହିମା ଧର୍ମର ପ୍ରତିନିଧିମାନେ ନିଜ ଧର୍ମର ପ୍ରାର୍ଥନା ଆବୃତିି କରିଥିଲେ। ବାଜି ରାଉତ ଛାତ୍ରାବାସର ଅନ୍ତେବାସୀମାନେ ସଧର୍ମ ପ୍ରାର୍ଥନା ଗାନ କରିଥିଲେ।
ସୂଚନାଯୋଗ୍ୟ, ୧୯୩୪ ମେ’ ୬ରେ ମହାତ୍ମା ଗାନ୍ଧୀ ବିହାର ରାଜ୍ୟର ପାଟନାରୁ ହରିଜନ ଯାତ୍ରାରେ ବାହାରି ଝାରସୁଗୁଡ଼ା-ସମ୍ବଲପୁର-ବାମୁର ଦେଇ ଅନୁଗୋଳରେ ପହଞ୍ଚତ୍ଥିଲେ। ଏହି ସଭାରେ ୪୦୦ଟଙ୍କା ଆଦାୟ ହୋଇଥିଲ। ବାପୁଙ୍କୁ ପ୍ରଦାନ କରାଯାଇଥିବା ଏକ ପାଚିଲା ଆମ୍ବଟିକୁ ନିଲାମ କରି ସେ ୫ ଟଙ୍କା ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri