ଅଭଦ୍ର ଭାଷା ବ୍ୟବହାର କରୁଛନ୍ତି ବାହାର ନେତା, ଜବାବ ଦେବେ ଓଡ଼ିଶାବାସୀ: ନବୀନ

ଭୁବନେଶ୍ୱର,୨୯।୫: ପୁଣି ଏକ ଭିଡିଓ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ‘ବିରୋଧୀ ନେତା ମୋତେ ଅଶାଳୀନ ବ୍ୟବହାର କରୁଛନ୍ତି। ଯାହା ମାତେ କଷ୍ଟ ଦେଇଛି।’ ନବୀନ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରି ଆହୁରି କହିଛନ୍ତି, ‘ସାଢେ ୪ କୋଟି ଓଡିଶାବାସୀଙ୍କୁ ମୁଁ ଜିଜ ପରିବାର ଭାବି ସେବା କରିଆସୁଛି । ସୁଖଦୁଖରେ ମୁଁ ସବୁବେଳେ ସେମାନଙ୍କ ସହ ଅଛି । କୋଭିଡ ମୁକାବିଲା ହେଉ କି ବନ୍ୟା-ବାତ୍ୟା ହେଉ, ସବୁଥିରେ ମୁଁ ସେମାନଙ୍କ ସହ ଛିଡା ହୋଇଛି । ଶେଷ ଯାଏଁ ଛିଡା ହୋଇଥିବି’ ।

‘ମିଶନ ଶକ୍ତି ମା’ମାନଙ୍କ ସଫଳତା ମୋତେ ବହୁତ ଖୁସି ଦେଇଛି । ସେହିଭଳି ଆମ ରାଜ୍ୟର ଯୁବପିଢି ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି । ଯୁବ ଶକ୍ତି ହିଁ ଓଡିଶାକୁ ଆଗକୁ ନେବ ଓ ଓଡିିଶାକୁ ନମ୍ବର ୱାନ କରିବେ । ହେଲେ ଦୁଃଖର କଥା ବାହାର ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଟ୍ୟାଗ କରୁଛନ୍ତି କଟୁକଥା କହୁଛନ୍ତି। ଅଭଦ୍ର ଭାଷା ବ୍ୟବହାର କରୁଛନ୍ତି । ଆପଣମାନେ ଭଲଭାବେ ଜାଣିଛନ୍ତି ମୁଁ କାହାକୁ କେବେ ଅସମ୍ମାନ କରେ ନାହିଁ କି କଟୁକଥା କହେନାହିଁ ।
ତେଣୁ ମୋ ରାଜ୍ୟର ମା’ମାନେ ଓ ଯୁବ ବନ୍ଧୁମାନେ ମୋ ପ୍ରତି ହେଉଥିବା ଏ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ । ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଓଡିଶା ଉପରେ ରହିଛି ଓ ରହିବ’ ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?