ବାହାର ନେତାଙ୍କୁ ଧାମନଗର ନିର୍ବାଚନମଣ୍ଡଳୀ ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୨ା୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ ଛାଡ଼ିବାକୁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ଅବଗତ କରାଯାଇଥିବା ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଆହୂତ ଖବରଦାତା ସମ୍ମିଳନୀରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର କହିଛନ୍ତି। ଜିଲାପାଳ ବୋନ୍ଦର ଓ ଏସ୍‌ପି ଚରଣ ସିଂ ମୀନାଙ୍କ ମିଳିତ ଖବରଦାତା ସମ୍ମିଳନୀରେ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦିଆଯାଇଥିଲା। ନିର୍ବାଚନମଣ୍ଡଳୀର ସମସ୍ତ ସୀମାକୁ ସିଲ୍‌ କରାଯିବା ସହ ହୋଟେଲ, କଲ୍ୟାଣ ମଣ୍ଡପ ଓ କମ୍ୟୁନିଟି ସେଣ୍ଟରଗୁଡ଼ିରେ କଡ଼ାକଡ଼ି ଭାବେ ତଲାସି ନିଆଯିବ। ମୋଟ୍‌ ୨୫୨ ବୁଥ୍‌ ପାଇଁ ୩୦ ସେକ୍ଟର ଅଫିସର ଓ ୧୧ ମାଜିଷ୍ଟ୍ରେଟ ନିୟୋଜିତ ଥିବାବେଳେ ୧୨୬ ବୁଥ୍‌ରେ ମତଦାନ ସମୟର ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି। ଆଚରଣବିଧି ଉଲ୍ଲଂଘନ ନେଇ ୭ ମାମଲା ରୁଜୁ ହୋଇଥିବା ବେଳେ ୨ଜଣଙ୍କୁ ନିଲମ୍ବନ କରାଯାଇଛି। ସମସ୍ତ ବୁଥ୍‌ରେ ଶୌଚାଳୟ, ପାନୀୟ ଜଳ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ହୁଇଲ୍‌ ଚେୟାର ବ୍ୟବସ୍ଥା କରାଯାଇଥିବା ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri