ବାହାର ନେତାଙ୍କୁ ଧାମନଗର ନିର୍ବାଚନମଣ୍ଡଳୀ ଛାଡ଼ିବାକୁ ନିର୍ଦ୍ଦେଶ

ଭଦ୍ରକ ଅଫିସ,୨ା୧୧: ଧାମନଗର ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ମଙ୍ଗଳବାର ପ୍ରଚାର ଶେଷ ହୋଇଛି। ମତଦାନ ଶେଷ ସମୟର ୪୮ ଘଣ୍ଟା ପୂର୍ବରୁ ବାହାରୁ ଆସିଥିବା ସମସ୍ତ ରାଜନୈତିକ ଦଳର ନେତା ଓ କର୍ମୀ ଧାମନଗର ନିର୍ବାଚନମଣ୍ଡଳୀ ଏରିଆ ଛାଡ଼ିବାକୁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ଅବଗତ କରାଯାଇଥିବା ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଆହୂତ ଖବରଦାତା ସମ୍ମିଳନୀରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର କହିଛନ୍ତି। ଜିଲାପାଳ ବୋନ୍ଦର ଓ ଏସ୍‌ପି ଚରଣ ସିଂ ମୀନାଙ୍କ ମିଳିତ ଖବରଦାତା ସମ୍ମିଳନୀରେ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦିଆଯାଇଥିଲା। ନିର୍ବାଚନମଣ୍ଡଳୀର ସମସ୍ତ ସୀମାକୁ ସିଲ୍‌ କରାଯିବା ସହ ହୋଟେଲ, କଲ୍ୟାଣ ମଣ୍ଡପ ଓ କମ୍ୟୁନିଟି ସେଣ୍ଟରଗୁଡ଼ିରେ କଡ଼ାକଡ଼ି ଭାବେ ତଲାସି ନିଆଯିବ। ମୋଟ୍‌ ୨୫୨ ବୁଥ୍‌ ପାଇଁ ୩୦ ସେକ୍ଟର ଅଫିସର ଓ ୧୧ ମାଜିଷ୍ଟ୍ରେଟ ନିୟୋଜିତ ଥିବାବେଳେ ୧୨୬ ବୁଥ୍‌ରେ ମତଦାନ ସମୟର ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି। ଆଚରଣବିଧି ଉଲ୍ଲଂଘନ ନେଇ ୭ ମାମଲା ରୁଜୁ ହୋଇଥିବା ବେଳେ ୨ଜଣଙ୍କୁ ନିଲମ୍ବନ କରାଯାଇଛି। ସମସ୍ତ ବୁଥ୍‌ରେ ଶୌଚାଳୟ, ପାନୀୟ ଜଳ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ହୁଇଲ୍‌ ଚେୟାର ବ୍ୟବସ୍ଥା କରାଯାଇଥିବା ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri