ବାହାର ବ୍ୟକ୍ତି ହୋଇପାରିବେ ଟାଟା ଟ୍ରଷ୍ଟର ମୁଖ୍ୟ: ରତନ ଟାଟା

ନୂଆଦିଲ୍ଲୀ,୨୧।୭: ଟାଟା ଟ୍ରଷ୍ଟ ଉପରେ ଟାଟା ପରିବାରର କୌଣସି ବିଶେଷ ଅଧିକାର ନାହିଁ। ଭବିଷ୍ୟତରେ କୌଣସି ବାହାର ବ୍ୟକ୍ତି ଏହାର ମଙ୍ଗ ସମ୍ଭାଳିପାରିବେ। ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ରତନ ଟାଟା ନିକଟରେ ସୁପ୍ରିମକୋର୍ଟଙ୍କୁ ଏହା କହିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ମୁଁ ଟ୍ରଷ୍ଟର ଅଧ୍ୟକ୍ଷ ରହିଛି। ଭବିଷ୍ୟତରେ ଅନ୍ୟ କେହି ମଧ୍ୟ ଅଧ୍ୟକ୍ଷ ଭାର ସମ୍ଭାଳି ପାରିବେ। ଏହା ଜରୁରୀ ନୁହେଁ ତାଙ୍କର ନାମ ସହ ଟାଟା ଲାଗିଥିବ। ଜଣେ ବ୍ୟକ୍ତି ବିଶେଷଙ୍କ ଜୀବନ ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ ରହିଥିବା ବେଳେ ମାତ୍ର ସଂସ୍ଥାର କାମ ଆଗକୁ ଜାରି ରହିବ। ମିସ୍ତ୍ରି ପରିବାରର କମ୍ପାନୀ ସାଇରସ୍‌ ଇନ୍‌ଭେଣ୍ଟମେଣ୍ଟ ଦ୍ୱାରା ଜାରି କରାଯାଇଥିବା ଏକ ମାମଲାର ପକ୍ଷ ରଖି ଟାଟା କହିଛନ୍ତି, ଟାଟା ସନ୍ସର ମୁଖ୍ୟ ପଦବୀ ଲାଗି ଟାଟା ପରିବାରର ମଧ୍ୟ ବିଶେଷ ଅଧିକାର ନାହିଁ। ଟାଟା ଟ୍ରଷ୍ଟର ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଯୋଜନା ବର୍ତ୍ତମାନ ଧାର୍ଯ୍ୟ ହେଉଥିବା ବେଳେ ଏଭଳି ସ୍ଥିତିରେ ରତନ ଟାଟାଙ୍କ ଏହି କଥା ଅନେକ ଗୁରୁତ୍ୱ ବହନ କରେ। ଏଥିଲାଗି ଏକ କମିଟି ଆଗାମୀ ପନ୍ଥା ନେଇ ବିଚାରକରିପାରେ ବୋଲି ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri