ଚାକିରି ଠକେଇରେ ଆଉଟ୍‌ସୋର୍ସିଂ କର୍ମଚାରୀ

କଟକ,୧୨ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଚାକିରି କରାଇ ଦେବାକୁ କହି ଆଉଟ୍‌ସୋର୍ସିଂ ସଂସ୍ଥାର କେତେଜଣ କର୍ମଚାରୀ ଲୋକଙ୍କଠାରୁ ଟଙ୍କା ନେଉଛନ୍ତି। ପରବର୍ତ୍ତୀ ସମୟରେ ସେମାନଙ୍କୁ ଚାକିରି ମିଳୁନି। ଫଳରେ ଠକେଇର ଶିକାର ହେଉଥିବା ଲୋକମାନେ ଥାନାରେ ଅଭିଯୋଗ କରୁଛନ୍ତି। ଏହିକ୍ରମରେ ସୁନ୍ଦରଗଡ଼ ଜିଲାର ହୀରାମଣି ଆଢ଼ା ନାମକ ବ୍ୟକ୍ତି ଏସ୍‌ସିବିରେ ଚାକିରି ପାଇବା ଆଶାରେ ଠକେଇ ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଚାକିରି ଦେବାକୁ କହି ୧୦ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ ସେ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣା ପୂର୍ବରୁ ଅନେକଥର ଘଟିସାରିଛି। ତେଣୁ ଏଭଳି ଠକେଇ ରୋକିବା ଓ ଏସ୍‌ସିବିକୁ ଦଲାଲମୁକ୍ତ କରିବା ପାଇଁ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମେଡିକାଲ କର୍ତ୍ତୃପକ୍ଷ ଏନେଇ କଟକ ଡିସିପି, ମଙ୍ଗଳାବାଗ ପୋଲିସ ଓ ଫାଣ୍ଡି ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ଏଥିପ୍ରତି ଦୃଷ୍ଟି ଦେବା ସହ ଏଭଳି ଘଟଣାରେ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ଥିଲେ ତୁରନ୍ତ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏସ୍‌ସିବି କର୍ତ୍ତୃପକ୍ଷ ପୋଲିସକୁ ଜଣାଇଥିବା ମେଡିକାଲର କୁଳସଚିବ ଡ. ଅବିନାଶ ରାଉତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏସ୍‌ସିବିରେ ଚୁକ୍ତିଭିତ୍ତିରେ ନିଯୁକ୍ତି ପାଇଁ ଆଉଟ୍‌ସୋର୍ସିଂ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଥାଏ। ଆବଶ୍ୟକ ମୁତାବକ କର୍ମଚାରୀ ଉକ୍ତ ସଂସ୍ଥା ଯୋଗାଇଥାଏ। ଉକ୍ତ ସଂସ୍ଥା କାହାଠାରୁ ଅର୍ଥ ନେଇଥିଲେ ସେଥିରେ ଏସ୍‌ସିବିର କୌଣସି ଭୂମିକା ନାହିଁ। ଘଟଣାରେ ସମ୍ପୃକ୍ତି ଥିବା ଠିକା କର୍ମଚାରୀଙ୍କୁ ନିଯୁକ୍ତି ଦେଇଥିବା ଠିକା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମେଡିକାଲ ଲୋଗୋ କିମ୍ବା ନାମରେ କୌଣସି ବ୍ୟକ୍ତି ନିଯୁକ୍ତିପତ୍ର ଦେଇ ଟଙ୍କା ନେଉଥିଲେ ତୁରନ୍ତ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ରାଉତ କହିଛନ୍ତି। ସୂଚନାଯୋଗ୍ୟ, ଗତ ଏକବର୍ଷ ମଧ୍ୟରେ ଏସ୍‌ସିବି ମେଡିକାଲକୁ ଆସିଥିବା ରୋଗୀଙ୍କୁ ଘରୋଇ ହସ୍ପିଟାଲ ପଠାଇବା, ଚାକିରି କରାଇଦେବାକୁ କହି ଟଙ୍କା ଠକିନେବା ଓ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ପ୍ରାୟ ୪୦ ଜଣ ଦଲାଲଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri