ଚାକିରି ଠକେଇରେ ଆଉଟ୍‌ସୋର୍ସିଂ କର୍ମଚାରୀ

କଟକ,୧୨ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଚାକିରି କରାଇ ଦେବାକୁ କହି ଆଉଟ୍‌ସୋର୍ସିଂ ସଂସ୍ଥାର କେତେଜଣ କର୍ମଚାରୀ ଲୋକଙ୍କଠାରୁ ଟଙ୍କା ନେଉଛନ୍ତି। ପରବର୍ତ୍ତୀ ସମୟରେ ସେମାନଙ୍କୁ ଚାକିରି ମିଳୁନି। ଫଳରେ ଠକେଇର ଶିକାର ହେଉଥିବା ଲୋକମାନେ ଥାନାରେ ଅଭିଯୋଗ କରୁଛନ୍ତି। ଏହିକ୍ରମରେ ସୁନ୍ଦରଗଡ଼ ଜିଲାର ହୀରାମଣି ଆଢ଼ା ନାମକ ବ୍ୟକ୍ତି ଏସ୍‌ସିବିରେ ଚାକିରି ପାଇବା ଆଶାରେ ଠକେଇ ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଚାକିରି ଦେବାକୁ କହି ୧୦ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ ସେ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣା ପୂର୍ବରୁ ଅନେକଥର ଘଟିସାରିଛି। ତେଣୁ ଏଭଳି ଠକେଇ ରୋକିବା ଓ ଏସ୍‌ସିବିକୁ ଦଲାଲମୁକ୍ତ କରିବା ପାଇଁ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମେଡିକାଲ କର୍ତ୍ତୃପକ୍ଷ ଏନେଇ କଟକ ଡିସିପି, ମଙ୍ଗଳାବାଗ ପୋଲିସ ଓ ଫାଣ୍ଡି ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ଏଥିପ୍ରତି ଦୃଷ୍ଟି ଦେବା ସହ ଏଭଳି ଘଟଣାରେ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ଥିଲେ ତୁରନ୍ତ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏସ୍‌ସିବି କର୍ତ୍ତୃପକ୍ଷ ପୋଲିସକୁ ଜଣାଇଥିବା ମେଡିକାଲର କୁଳସଚିବ ଡ. ଅବିନାଶ ରାଉତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏସ୍‌ସିବିରେ ଚୁକ୍ତିଭିତ୍ତିରେ ନିଯୁକ୍ତି ପାଇଁ ଆଉଟ୍‌ସୋର୍ସିଂ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଥାଏ। ଆବଶ୍ୟକ ମୁତାବକ କର୍ମଚାରୀ ଉକ୍ତ ସଂସ୍ଥା ଯୋଗାଇଥାଏ। ଉକ୍ତ ସଂସ୍ଥା କାହାଠାରୁ ଅର୍ଥ ନେଇଥିଲେ ସେଥିରେ ଏସ୍‌ସିବିର କୌଣସି ଭୂମିକା ନାହିଁ। ଘଟଣାରେ ସମ୍ପୃକ୍ତି ଥିବା ଠିକା କର୍ମଚାରୀଙ୍କୁ ନିଯୁକ୍ତି ଦେଇଥିବା ଠିକା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମେଡିକାଲ ଲୋଗୋ କିମ୍ବା ନାମରେ କୌଣସି ବ୍ୟକ୍ତି ନିଯୁକ୍ତିପତ୍ର ଦେଇ ଟଙ୍କା ନେଉଥିଲେ ତୁରନ୍ତ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ରାଉତ କହିଛନ୍ତି। ସୂଚନାଯୋଗ୍ୟ, ଗତ ଏକବର୍ଷ ମଧ୍ୟରେ ଏସ୍‌ସିବି ମେଡିକାଲକୁ ଆସିଥିବା ରୋଗୀଙ୍କୁ ଘରୋଇ ହସ୍ପିଟାଲ ପଠାଇବା, ଚାକିରି କରାଇଦେବାକୁ କହି ଟଙ୍କା ଠକିନେବା ଓ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ପ୍ରାୟ ୪୦ ଜଣ ଦଲାଲଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri