ଲୟୋଲା ସ୍କୁଲର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାରେ ଭୁବନେଶ୍ୱରସ୍ଥିତ ଲୟୋଲା ସ୍କୁଲ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଦଶମରେ ୨୧୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ପ୍ରିତିକା ମିଶ୍ର ଓ ଛାତ୍ର ଆୟୁଷ ନନ୍ଦ ୯୯.୨୦ ପ୍ରତିଶତ ମାର୍କ ସହ ବିଦ୍ୟାଳୟର ଯୁଗ୍ମ ଟପ୍ପର ହୋଇଥିବାବେଳେ ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆୟୁଷ ମେଡ଼ିକାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବାବେଳେ ପ୍ରିତିକା ଆଇଆଇଟି ପଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି। ତେବେ ଏମାନେ ନିଜର ସଫଳତାର ଶ୍ରେୟ ଅଭିଭାବକ ଓ ବିଦ୍ୟାଳୟକୁ ଦେଇଛନ୍ତି। କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର ବୋଲି ସେମାନେ କହିଛନ୍ତି। ସେହିଭଳି ବିଦ୍ୟାଳୟର ଦ୍ୱିତୀୟ ସ୍ଥାନରେ ତ୍ରିଶା ରଥ ଓ ହଂସ ଦାରୁକା ରହିଛନ୍ତି। ଉଭୟେ ୯୮.୮ ପ୍ରତିଶତ ମାର୍କ ରଖିଛନ୍ତି। ଆର୍ଯ୍ୟ ମହାପାତ୍ର ଓ ଆନଭି ସମ୍ପଦ ୯୮.୪ ପ୍ରତିଶତ ମାର୍କ ସହ ତୃତୀୟ ସ୍ଥାନରେ ରହିଛନ୍ତି।
ଅନ୍ୟପଟେ ଦ୍ୱାଦଶ ପରୀକ୍ଷା ଦେଇଥିବା ସମସ୍ତ ୭୨ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ବାୟୋସାଇନ୍ସ ଛାତ୍ରୀ ଆଦ୍ୟାଶା ପ୍ରାଣିଗ୍ରାହୀ ପ୍ରଥମ ସ୍ଥାନରେ ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଲିଖିତା ପ୍ରିୟଦର୍ଶିନୀ ଓ ଶରଣ ଦେବ ଏବଂ ତୃତୀୟରେ ଶୁଭଲକ୍ଷ୍ମୀ ବେହେରା ରହିଛନ୍ତି। ସେହିପରି ପିଓର ସାଇନ୍ସରେ ପ୍ରଥମ ସ୍ଥାନରେ ସୁମନ୍ତ କୁମାର ଦତ୍ତ, ଦ୍ୱିତୀୟ ସ୍ଥାନରେ ସାନିଆ ମନ୍ଧ୍ୟାନ ଓ ତୃତୀୟ ସ୍ଥାନରେ ସୋଫିଆ ପ୍ରଧାନ ଅଛନ୍ତି। କଳାରେ ଅର୍ଚ୍ଚିତା ଷଡ଼ଙ୍ଗୀ ପ୍ରଥମ ସ୍ଥାନରେ ରହିଥିବାବେଳେ, ଦ୍ୱିତୀୟରେ ସୁହାନୀ ପରିଆ ଓ ତୃତୀୟରେ ଶ୍ରୁତି ଦାଶ ରହିଛନ୍ତି। ସେହିପରି ବାଣିଜ୍ୟରେ କୋମଲ ପେରିଓ୍ବାଲ୍‌ ପ୍ରଥମ ସ୍ଥାନରେ, ବର୍ଣ୍ଣାଳି ସେନାପତି ଦ୍ୱିତୀୟ ଏବଂ ନେହା ବର୍ମା ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?