Posted inଖେଳ

ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କଲେ ସେହ୍ବାଗ

ମେଲବୋର୍ନ,୨୬।୧୨- ବକ୍ସିଂ ଡେ’ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୧୯୫ ରନ୍‌ରେ ଅଲଆଉଟ୍‌ କରିବା ପରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ। ରାହାନେଙ୍କ ଜବରଦସ୍ତ ବୋଲିଂ ଚେଞ୍ଜ ଓ ସ୍ମାର୍ଟ ଫିଲ୍ଡିଂ ପୋଜିଶନ ଯୋଗୁ ଅଷ୍ଟ୍ରେଲିଆ ଭଳି ଶକ୍ତିଶାଳୀ ଦଳକୁ ୨୦୦ ମଧ୍ୟରେ ରୋକିପାରିଛି ଟିମ୍‌ ଇଣ୍ଡିଆ। ଏହା ପଛରେ ବୋଲରଙ୍କ ମୁଖ୍ୟ ଭୂମିକା ଥିଲା। ଯଶପ୍ରୀତ ବୁମରା ୪ଟି ଉଇକେଟ ନେଇଥିବାବେଳେ ରବିଚନ୍ଦ୍ରନ ଅଶ୍ୱିନ ୩ଟି ଗୁରୁତ୍ୱପୂର୍ଣ୍ଣ ସଫଳତା ହାତେଇଥିଲେ। ଆଉ ପଦାର୍ପଣକାରୀ ମହମ୍ମଦ ସିରାଜ ନେଇଥିଲେ ୨ଟି ଉଇକେଟ।

” ବୋଲିଂ ଚେଞ୍ଜ ଓ ରାହାନେ ଫିଲ୍ଡରେ କରିଥିବା ପରିବର୍ତ୍ତନ ଅତ୍ୟନ୍ତ ଚମତ୍କାର ଥିଲା। ଆଉ ଅଶ୍ୱିନ, ବୁମରା ଓ ସିରାଜ ଫିଲ୍ଡ ହିସାବରେ ହିଁ ବୋଲିଂ କରିଥିଲେ। ଏହି କାରଣରୁ ଅଷ୍ଟ୍ରେଲିଆକୁ ୧୯୫ ରନ୍‌ରେ ଅଲଆଉଟ୍‌ କରିବାରେ ସକ୍ଷମ ହୋଇଛି ଟିମ୍‌ ଇଣ୍ଡିଆ। ଏବେ ପ୍ରଥମ ଇନିଂସରେ ଦଳକୁ ବୃହତ୍‌ ଅଗ୍ରଣୀ ଦେବା ବ୍ୟାଟ୍ସମ୍ୟାନଙ୍କ କାର୍ଯ୍ୟ “ ବୋଲି ସେହ୍ବାଗ ଟୁଇଟ୍‌ କରିଛନ୍ତି।

ଉଲ୍ଲେଖଥାଉ କି, ଅଷ୍ଟ୍ରେଲିଆ ୧୯୫ ରନ୍‌ରେ ସୀମିତ ରହିବା ପରେ ଭାରତୀୟ ଦଳ ପ୍ରଥମ ଦିନ ଶେଷ ସୁଦ୍ଧା ବ୍ୟାଟିଂ କରି ୧ ଉଇକେଟ ହରାଇ ୩୬ ରନ୍‌ କରିଛି। ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ଶୁବମନ ଗିଲ ୨୮ ଓ ଚେତେଶ୍ୱର ପୂଜାରା ୭ ରନ୍‌ କରି ଅପରାଜିତ ଅଛନ୍ତି। ହାତରେ ୯ ଉଇକେଟ ଥିବାବେଳେ ପ୍ରଥମ ଇନିଂସରେ ଅଗ୍ରଣୀ ପାଇଁ ଟିମ୍‌ ଇଣ୍ଡିଆକୁ ୧୫୯ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri