ସରକାରୀ କ୍ରୟ ପ୍ରକ୍ରିୟାରେ ଉଲ୍ଲେଖନୀୟ ପ୍ରଦର୍ଶନ

ଭୁବନେଶ୍ୱର, ୩୦।୭: (ଅଭୟ ଦାଶ): ସରକାରୀ ସେବା ଓ ସାମଗ୍ରୀ କ୍ରୟ ପ୍ରକ୍ରିୟାରେ କାରବାର କରୁଥିବା ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ଭୁବନେଶ୍ୱରଠାରେ ସରକାରୀ ଇ ମାର୍କେଟ ପ୍ଲେସ୍‌ ବା ଜିଇଏମ୍‌ ସମ୍ମିଳନୀ ସଫଳତାପୂର୍ବକ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଇଏମ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶାନ୍ତ
କୁମାର ସିଂ, ଓଡ଼ିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ
ମିଶ୍ର, ଓଡ଼ିଶା ରାଜ୍ୟ ଚିକିତ୍ସା ନିଗମ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶିକା ପୋମା ଟୁଡୁ, ଓଡ଼ିଶା ପୋଲିସ ମହାନିରୀକ୍ଷକ (ବ୍ୟବସ୍ଥା) ୱାଇ.କୋୟଲ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଏଥିସହ ଜାତୀୟ ସ୍ବାସ୍ଥ୍ୟ ମିଶନ, ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ, ଦକ୍ଷତା ବିକାଶ ବିଭାଗ, ଓଡ଼ିଶା କମ୍ପ୍ୟୁଟର ପ୍ରୟୋଗ କେନ୍ଦ୍ର ଆଦି ବିଭିନ୍ନ ବିଭାଗର ଅଧିକାରୀ ଓ ପ୍ରତିନିଧିଗଣ ଉପସ୍ଥିତ ଥିଲେ। ଉତ୍କଳ ଚାମ୍ବର ଅଫ୍‌ କମର୍ସର ସଚିବ, ଡବ୍ଲ୍ୟୁଟିସିର ପ୍ରତିନିଧି, ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘର ମହାସଚିବ ଏବଂ ଓଡ଼ିଶା କ୍ଷୁଦ୍ର ଶିଳ୍ପ ସଂଘ (ଓଏସ୍‌ଏସ୍‌ଆଇଏ)ର ସଭାପତିଙ୍କ ଉପସ୍ଥିତିରେ ଜିଇଏମ୍‌ ସହ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଉକ୍ତ ବୁଝାମଣାପତ୍ର ଦ୍ୱାରା ଘରୋଇ ଉଦ୍ୟୋଗ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରାଯିବା ସହ ଓଡ଼ିଶାରେ ଉଦ୍ୟମିତାକୁ ପ୍ରୋତ୍ସାହନ ମିଳିବ। କାର୍ଯ୍ୟକ୍ରମକୁ ସମ୍ବୋଧିତକରି ଜିଇଏମ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ କହିଥିଲେ, ଜିଇଏମ୍‌ ପୋର୍ଟାଲ ସ୍ବଚ୍ଛତା, ଦକ୍ଷତା ଓ ସମାବେଶିତା ସୁନିଶ୍ଚିତ କରୁଛି। ଏପରିକି ବିକ୍ରେତା ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକରୁ ଅଧିକ ସରଳ କରିବା ପାଇଁ ପ୍ରୟାସ କରାଯାଇଛି। ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଙ୍କ ସଫଳତାକୁ ସେ ପ୍ରଶଂସା କରିଥିଲେ ଏବଂ ଜିଇଏମ୍‌କୁ ଏକ ପସନ୍ଦଯୋଗ୍ୟ ସରକାରୀ କ୍ରୟ ପୋର୍ଟାଲରେ ପରିଣତ କରିବା ଲାଗି ଅର୍ଥ ବିଭାଗ, ଏମ୍‌ଏସ୍‌ଏମ୍‌ଇ ବିଭାଗ ଏବଂ ଅନ୍ୟ ରାଜ୍ୟ ସରକାରୀ ବିଭାଗର ନିରନ୍ତର ସମର୍ଥନ ପାଇଁ ଧନ୍ୟବାଦ ଜଣାଇଥିଲେ। ସେହିଭଳି ଏମ୍‌ଏସ୍‌ଏମ୍‌ଇ ସଚିବ ଶାଶ୍ୱତ ଜୋଷୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଇଏମ୍‌ ପୋର୍ଟାଲ ଜରିଆରେ ଓଡ଼ିଶା ସରକାର, କେନ୍ଦ୍ର ସରକାର ଏବଂ ଅନ୍ୟ ରାଜ୍ୟ ସରକାରଙ୍କ ଠାରୁ ଓଡ଼ିଶାରୁ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗମାନଙ୍କୁ ମିଳୁଥିବା ବ୍ୟବସାୟିକ ସୁଯୋଗକୁ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ। ଜିଇଏମ୍‌ ପୋର୍ଟାଲରେ ପଞ୍ଜୀକରଣ କରିବା ଏବଂ ଏଥିରେ ପ୍ରକାଶ ପାଉଥିବା ଟେଣ୍ଡର ପ୍ରକ୍ରିୟାରେ ଭାଗ ନେବା ପାଇଁ ସେ ଓଡ଼ିଶାରେ କାରବାର କରୁଥିବା ବିକ୍ରେତା ଓ ସେବା ପ୍ରଦାନକାରୀଙ୍କୁ ଆହ୍ବାନ କରିଥିଲେ। ସରକାରୀ କ୍ରୟ ପ୍ରକ୍ରିୟା ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ କ୍ରୟ ସମାଧାନ ଯୋଗାଇଦେବା, ବ୍ୟବସ୍ଥାକୁ ସରଳ କରିବା ଓ ସ୍ବଚ୍ଛତା ଆଣିବା କ୍ଷେତ୍ରରେ ଜିଇଏମ୍‌ର ପ୍ରୟାସକୁ ସେ ପ୍ରଶଂସା କରିଥିଲେ। ସରକାରୀ କ୍ରୟ ପ୍ରକ୍ରିୟାରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ଜିଇଏମ୍‌ ପୋର୍ଟାଲ ପ୍ରତି ନିରନ୍ତର ସମର୍ଥନ ପାଇଁ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ, ସ୍ବାସ୍ଥ୍ୟ ବିଭାଗ (ଏନ୍‌ଏଚ୍‌ଏମ୍‌ ଏବଂ ଓଏସ୍‌ଏମ୍‌ସିଏଲ୍‌), ଓଡ଼ିଶା ପୋଲିସ, ଇଲେକ୍ଟ୍ରୋନିକ୍ସ ଓ ଆଇଟି (ଓକାକ୍‌) ଏବଂ ଦକ୍ଷତା ବିକାଶ ବିଭାଗକୁ ଜିଇଏମ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅଧିକ ଅର୍ଡର ମୂଲ୍ୟ, ଏସ୍‌ସି-ଏସ୍‌ଟି ଉଦ୍ୟୋଗୀ, ଷ୍ଟାର୍ଟଅପ୍‌ ଓ ମହିଳା ଉଦ୍ୟୋଗୀଙ୍କ ଭଳି ବିଭିନ୍ନ ବର୍ଗରେ ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଗୁଡ଼ିକୁ ସମ୍ମାନିତ କରାଯାଇଥିଲା।
ଉକ୍ତ ସମ୍ମିଳନୀରେ ଶତାଧିକ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ମାଗଣାରେ ଜିଇଏମ୍‌ ପୋର୍ଟାଲରେ ପଞ୍ଜୀକରଣ କରିଥିଲେ। ଓଡ଼ିଶାରେ ଜିଇଏମ୍‌ ପାଇଁ ବ୍ୟବସାୟ ସୁବିଧା ପ୍ରଦାନକାରୀ ସୁଧାଂଶୁ ପ୍ରଧାନ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଗୁଡ଼ିକୁ ପ୍ରଶିକ୍ଷଣ ଦେଇଥିଲେ। ଜିଇଏମ୍‌ ପୋର୍ଟାଲରେ କିପରି ସେମାନଙ୍କ ସାମଗ୍ରୀ ଓ ସେବା ବିକ୍ରି କରାଯାଇପାରିବ ସେ ସମ୍ପର୍କରେ ସଚେତନ କରାଇଥିଲେ। ଓଡ଼ିଶାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗଙ୍କୁ ପ୍ରୋତ୍ସାହନ ଦେବା ଏବଂ ସରକାରୀ କ୍ରୟ ପ୍ରକ୍ରିୟାରେ ସେମାନଙ୍କ ଅଂଶଗ୍ରହଣକୁ ସୁଦୃଢ଼ କରିବା ଦିଗରେ ଭୁବନେଶ୍ୱରରେ ଆୟୋଜିତ ଜିଇଏମ୍‌ ସମ୍ମିଳନୀ ଏକ ଉଲ୍ଲେଖନୀୟ ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?