ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ ତଥା ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ୨୦୨୩-୨୪ ଏବଂ ୨୦୨୪-୨୫ ଶିକ୍ଷାବର୍ଷର ଫଳାଫଳ ଅନୁଯାୟୀ, ଉଭୟ ଷ୍ଟେଜ୍‌-୧ ଓ ଷ୍ଟେଜ୍‌-୨ ପରୀକ୍ଷାରେ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି।

୨୦୨୩-୨୪ ଶିକ୍ଷାବର୍ଷର ଷ୍ଟେଜ୍‌-୧ରେ କେ. କ୍ରିଷ୍ଣା ବାବୁ ଛତ୍ରପୁର ପୌରାଞ୍ଚଳରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ଓମ୍‌ ପ୍ରସାଦ ବେହେରା ତୃତୀୟ, ହୃଷିକେଶ ପାଢ଼ୀ ପଞ୍ଚମ ଓ ଜେ. ଲାବଣ୍ୟା ଷଷ୍ଠ ସ୍ଥାନ ଅଧିକାର କରିଥିଲେ। ସେହିପରି ଷ୍ଟେଜ୍‌-୨ରେ ରୁଦ୍ର ପ୍ରସାଦ ମହାପାତ୍ର ପ୍ରଥମ, ସୁରଜ କୁମାର ଗୌଡ଼ ଦ୍ୱିତୀୟ ଏବଂ ତେଜସ୍ୱିନୀ ଶତପଥୀ ତୃତୀୟ ସ୍ଥାନ ହାସଲ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି।

ସେହିପରି ୨୦୨୪-୨୫ ଶିକ୍ଷାବର୍ଷର ଷ୍ଟେଜ୍‌-୧ରେ ମହେଶ୍ୱର ସ୍ୱାଇଁ ଛତ୍ରପୁର ପୌରାଞ୍ଚଳରେ ପ୍ରଥମ ଏବଂ ସ୍ୱାଧୀନ ପ୍ରଧାନ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଅପରପକ୍ଷରେ ଷ୍ଟେଜ୍‌-୨ରେ ଅଙ୍କିତ କୁମାର ଆଚାର୍ଯ୍ୟ ପ୍ରଥମ ଏବଂ କେ. ଆଦିତ୍ୟ କୁମାର ରେଡ୍ଡୀ ଚତୁର୍ଥ ସ୍ଥାନ ହାସଲ କରି କୃତକାର୍ଯ୍ୟ ହୋଇଛନ୍ତି।

ଛାତ୍ରଛାତ୍ରୀଙ୍କ ଏହି ଚିତ୍ତାକର୍ଷକ ସଫଳତାରେ ବିଦ୍ୟାଳୟର ସମସ୍ତ ଗୁରୁଜୀ-ଗୁରୁମା ଅତ୍ୟନ୍ତ ଖୁସି ପ୍ରକାଶ କରିବା ସହ ସମସ୍ତ ସଫଳ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ଜଣାଇଛନ୍ତି। ବିଦ୍ୟାଳୟର ଗୁଣାତ୍ମକ ଶିକ୍ଷାଦାନ ଓ ଉତ୍ସର୍ଗୀକୃତ ପ୍ରଚେଷ୍ଟା ପାଇଁ ଅଭିଭାବକମାନେ ବିଦ୍ୟାଳୟର ଗୁରୁଜୀ, ଗୁରୁମା ଏବଂ ପରିଚାଳନା କମିଟିକୁ ଗଭୀର ଧନ୍ୟବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri