Posted inଖେଳ

ଓଭାଲ ଟେଷ୍ଟ: ପଛରେ ନାହିଁ ଭାରତ

ଓଭାଲ,୨।୯: ସ୍ଥାନୀୟ ଓଭାଲ ଗ୍ରାଉଣ୍ଡରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଚତୁର୍ଥ ଟେଷ୍ଟର ପ୍ରଥମ ଦିନର ଖେଳ ରୋମାଞ୍ଚକ ମୋଡ଼ରେ ଶେଷ ହୋଇଛି। ମେଘୁଆ ପାଗ ଦେଖି ଘରୋଇ ଦଳର ଅଧିନାୟକ ଜୋ ରୁଟ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ତାଙ୍କ ନିଷ୍ପତ୍ତିକୁ ସଠିକ୍‌ ପ୍ରମାଣ କରି ଦେଖାଇଥିଲେ ଘରୋଇ ବୋଲର। ଭାରତୀୟ ଅଧିନାୟକ ବିରାଟ କୋହଲି(୫୦) ପୁଣି ଥରେ ଭଲ ଆରମ୍ଭ ପାଇଥିଲେ ମଧ୍ୟ ବଡ଼ ସ୍କୋର କରିପାରି ନ ଥିଲେ। ଶେଷ ଆଡ଼କୁ ଶାର୍ଦ୍ଦୁଳ ଠାକୁର ଖେଳିଥିଲେ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ। ୩୬ ବଲରେ ୭ ଚୌକା ଓ ୩ ଛକା ସହାୟତାରେ ୫୭ ରନ୍‌ କରିଥିଲେ। ତାଙ୍କ ପାଳି ଯୋଗୁ ଭାରତ ୧୯୧ ରନ୍‌ରେ ପହଞ୍ଚିପାରି ଥିଲା।

ଏହାପରେ ବ୍ୟାଟିଂ କରିଥିଲା ଇଂଲଣ୍ଡ। ଦୁଇ ଓପନରଙ୍କୁ ଗୋଟିଏ ଓଭରରେ ଦୁଇ ଓପନରଙ୍କୁ ଆଉଟ୍‌ କରି ମ୍ୟାଚ୍‌ରେ ରୋମାଞ୍ଚ ଭରି ଦେଇଥିଲେ ଯଶପ୍ରୀତ ବୁମରା। କିନ୍ତୁ ଟିମ୍‌ ଇଣ୍ଡିଆ ପାଇଁ ଉମେଶ ଯାଦବ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଉଇକେଟ ଆଣି ଦେଇଥିଲେ। କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଥିବା ରୁଟ୍‌ (୨୧)ଙ୍କୁ କ୍ଲିନ ବୋଲ୍ଡ କରି ବିଦା କରିଥିଲେ ଉମେଶ। ଫଳରେ ପ୍ରଥମ ଦିନ ଶେଷ ସୁଦ୍ଧା ଇଂଲଣ୍ଡ ୩ ଉଇକେଟ ହରାଇ ୫୩ ରନ୍‌ କରିଛି। ଦଳକୁ ଇନିଂସ ଅଗ୍ରଣୀ ପାଇଁ ବଳକା ୭ ଉଇକେଟରେ ୧୩୮ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri