ଓଡ଼ିଶାକୁ ଆସିବ ୫୩ ହଜାର କୋଟିର ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ମୁମ୍ବାଇଠାରେ ଅନୁଷ୍ଠିତ ଇଣ୍ଡିଆ କେମ୍‌ ୨୦୨୬ରେ ଓଡ଼ିଶା ଏକ ଅଗ୍ରଣୀ ପୁଞ୍ଜି ଆକର୍ଷଣକାରୀ ରାଜ୍ୟ ଭାବେ ନିଜର ସ୍ଥିତିକୁ ସୁଦୃଢ଼ କରିଛି। ମୁଖ୍ୟମନ୍ତ୍ରୀ ତାଙ୍କ ଟିମ୍‌ ସହ ଓଡ଼ିଶାର ନେତୃତ୍ୱ ନେଇ କେମିକାଲ ଓ ପେଟ୍ରୋ କେମିକାଲ କ୍ଷେତ୍ରରେ ଆୟୋଜିତ ଏହି କନ୍‌କ୍ଲେଭରେ ଯୋଗଦେବା ପରେ ଶୁକ୍ରବାର ଭୁବନେଶ୍ୱର ଫେରିଛନ୍ତି। ଏହାପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁମ୍ବାଇରେ ୨ଦିନରେ ୯ଟି ଏମ୍‌ଓୟୁ ସହ ୪ଟି ଇନ୍‌ଭେଷ୍ଟମେଣ୍ଟ ଇଣ୍ଟେଣ୍ଟ ସ୍ବାକ୍ଷରିତ ହୋଇଛି ଏବଂ ଏହାଦ୍ୱାରା ଓଡ଼ିଶାକୁ ସମୁଦାୟ ୫୩,୮୯୩.୫୧ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି, ଯାହାଦ୍ୱାରା ୨୦,୨୧୦ଟି ନିଯୁକ୍ତି ସୁଯୋଗ ସୃଷ୍ଟିହେବ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆସନ୍ତା ବର୍ଷ ଏହି ସମ୍ମିଳନୀ ଓଡ଼ିଶାରେ ଆୟୋଜନ କରିବା ଲାଗି ସେ କେନ୍ଦ୍ର ସରକାର ଓ ଏଫ୍‌ଆଇସିସିଆଇ ସହ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଉଭୟେ ଗ୍ରୀନ୍‌ ସିଗ୍‌ନାଲ ଦେଇଛନ୍ତି। ୨୦୨୭ ଅକ୍ଟୋବରରେ ଓଡ଼ିଶା କେମ୍‌-୨୦୨୭ ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି। ଏହି ୨ଦିନିଆ କନ୍‌କ୍ଲେଭ୍‌ରେ ବିଭିନ୍ନ ବିଜ୍‌ନେସ୍‌ ଲିଡରଙ୍କ ସହ ୨୫ଟି ଓ୍ବାନ୍‌ ଟୁ ଓ୍ବାନ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଓଡ଼ିଶାରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍‌ କେମିକାଲ, ପେଟ୍ରୋ କେମିକାଲ ଏବଂ ପ୍ଲାଷ୍ଟିକ୍‌ ଆଦି ସମସ୍ତ ପ୍ରକାର ପରସ୍ପର ନିର୍ଭରଶୀଳ ଶିଳ୍ପ ସ୍ଥାପନକରି ଓଡ଼ିଶାରେ ଏକ କମ୍ପ୍ଲିଟ୍‌ ଇଣ୍ଡଷ୍ଟ୍ରିଆଲ୍‌ ଇକୋସିଷ୍ଟମ ଗଠନ କରାଯିବ। ଏହାଦ୍ୱାରା ଆତ୍ମନିର୍ଭର ଭାରତ ଗଠନର ଲକ୍ଷ୍ୟ ପୂରଣରେ ଓଡ଼ିଶା ଏକ ମଜଭୁତ ସ୍ତମ୍ଭ ହୋଇପାରିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ସଫଳ ଅଭିଯାନ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ବହୁ ସଂଖ୍ୟକ ଜନସାଧାରଣଙ୍କ ସମେତ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏବଂ ଅନେକ ବିଧାୟକ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?