Posted inଜାତୀୟ

ସିସୋଡିଆ-ଜୈନଙ୍କ ଗିରଫଦାରୀ ବିରୋଧରେ ଏଏପି ସଂଗ୍ରହ କଲା ୧୦ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ

ନୂଆଦିଲ୍ଲୀ,୧୦।୪: ଆମ ଆଦମୀ ପାର୍ଟିର ନେତା ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଗିରଫଦାରୀ ବିରୋଧରେ ଘରକୁ ଘର ଅଭିଯାନ ସମୟରେ ଦଳ ୧୦ଲକ୍ଷରୁ ଅଧିକ ଦସ୍ତଖତ ସଂଗ୍ରହ କରିଛି। ଏହାପରେ ସିସୋଡିଆ ଏବଂ ଜୈନଙ୍କ ଗିରଫଦାରୀକୁ ବିରୋଧ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ପଠାଯିବ ବୋଲି ଏଏପିର ଦିଲ୍ଲୀ ୟୁନିଟ ସଂଯୋଜକ ଗୋପାଳ ରାୟ କହିଛନ୍ତି। ଏନେଇ ସୋମବାର ଏଏପି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଲୋକଙ୍କଠାରୁ ଦସ୍ତଖତ ସଂଗ୍ରହ ପାଇଁ ଦଳ ଗତ ମାସରେ ସମସ୍ତ ୱାର୍ଡରେ ଘରକୁ ଘର ଅଭିଯାନ ଆରମ୍ଭ କରିଥିଲା। ଆମର ଲକ୍ଷ୍ୟ ୧୦ଲକ୍ଷ ଦସ୍ତଖତ ସଂଗ୍ରହ କରିବାର ଥିଲା ଏବଂ ରବିବାର ଏହାକୁ ହାସଲ କରିଛୁ ବୋଲି ରାୟ କହିଛନ୍ତି। ଏହି ଅଭିଯାନରେ ଜିଲା ପ୍ରଭାରୀ, ଲୋକ ସଭା ପ୍ରଭାରୀ ଏବଂ କାଉନସିଲର ସାମିଲ ହୋଇଥିଲେ। ସେ ଦାବି କରିଛନ୍ତି ଯେ, ସିସୋଡିଆ ଏବଂ ଜୈନ ଶିକ୍ଷା ଏବଂ ସ୍ବାସ୍ଥ୍ୟ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିିଛନ୍ତି। ଅନ୍ୟପଟେ ଏକ ଖବରଦାତା ସମ୍ମିଳନୀରେ ରାୟ କହିଛନ୍ତି, ସିସୋଡିଆ ସରକାରୀ ବିଦ୍ୟାଳୟରେ ପରିବର୍ତ୍ତନ ଆଣିଥିବା ବେଳେ ସତ୍ୟେନ୍ଦ୍ର ଜୈନ ମୋହଲ୍ଲା କ୍ଲିନିକ ମଡେଲ ଦେଇଥିଲେ। ତାଙ୍କୁ ଜେଲରେ ରଖାଯିବା ନେଇ ଦିଲ୍ଲୀବାସୀ କ୍ରୋଧ ପ୍ରକାଶ କରିଛନ୍ତି। ତେବେ ଏହି ଅଭିଯାନକୁ ସମର୍ଥନ କରିଥିବାରୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri