୧୦୦ରୁ ଅଧିକ ସିନେମା ହଲ, ବଡ ସହରରେ ସ୍କ୍ରିନରେ ପ୍ରଦର୍ଶିତ ହେବ ମହାରାଣୀଙ୍କ ଅନ୍ତିମ ସଂସ୍କାର

ଲଣ୍ଡନ,୧୮ ।୯: ବ୍ରିଟେନ ମହାରାଣୀ ସ୍ୱର୍ଗତ ଏଲିଜାବେଥ ଦ୍ୱିତୀୟଙ୍କ ରାଜକୀୟ ଅନ୍ତିମ ସଂସ୍କାର ୧୯ ସେପ୍ଟେମ୍ବରରେ ଲଣ୍ଡନର ୱେଷ୍ଟମିଂଷ୍ଟର ଏବେରେ କରାଯିବ । ଏହା ପୂର୍ବରୁ ବ୍ରିଟିଶ ସରକାର ଶନିବାର କହିଛନ୍ତି ମହାରାଣୀ ଏଲିଜାବେଥଙ୍କ ରାଜକୀୟ ଅନ୍ତିମ ସଂସ୍କାର ସାରା ଦେଶରେ ପ୍ରାୟ ୧୨୫ ସିମେନା ହଲରେ ପ୍ରଦର୍ଶିତ ହେବ । ଆହୁରି ମଧ୍ୟ ଏହି ଅନ୍ତିମ ସଂସ୍କାର ସମାରୋହକୁ ଦେଖିବାକୁ ପାର୍କ, ଚୌକ ଓ ଗିର୍ଜାଘରେ ବଡ ବଡ ସ୍କ୍ରିନ ଲଗାଯିବ ।
ବ୍ରିଟେନ ସଂସ୍କୃତି ବିଭାଗ ଏକ ବୟାନରେ କହିଛି ୱେଷ୍ଟମିଂଷ୍ଟର ଏବେରେ ଅନ୍ତିମ ସଂସ୍କାର ଓ ସମ୍ପୂର୍ଣ୍ଣ ଲଣ୍ଡନରେ ବାହାରିଥିବା ରାଲି ବି ବିବିସି, ଆଇଟିବି ଓ ସ୍କାଇ ଟେଲିଭିଜନରେ ସିଧା ପ୍ରସାରଣ କରାଯିବ । ବ୍ରିଟେନରେ ସବୁଠାରୁ ଅଧିକ ସମୟ ଧରି ଶାସନ ଗାଦିରେ ବସିଥିବା ମହାରାଣୀ ଏଲିଜାବେଥ ଦ୍ୱିତୀୟ୍‌କ ଅନ୍ତିମ ସଂସ୍କାରରେ ସାରା ବିଶ୍ୱର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ରାଜ ପରିବାରର ସଦସ୍ୟ ସାମିଲ ହେବା ଅନୁମାନ କରାଯାଉଛି । ସୂଚନାଯୋଗ୍ୟ, ସେପ୍ଟେମ୍ବର ୮ରେ ସ୍କଟଲ୍ୟାଣ୍ଡର ବାଲ୍ମରେଲ କ୍ୟ।।ସଲରେ ମହାରାଣୀଙ୍କ ପରଲୋକ ହୋଇଥିଲା । ସେ ୯୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିିଲେ ।
ସରକାର ମହାରାଣୀଙ୍କ ଅନ୍ତିମ ସଂସ୍କାର ପାଇଁ ସୋମବାର ସାର୍ବଜନିକ ଅବକାଶ ଘୋଷଣା କରିଛନ୍ତି । କୁହାଯାଉଛି କି ବ୍ରିଟିଶ ଇତିହାସରେ ଅନ୍ୟ ପ୍ରମୁଖ କାର୍ଯ୍ୟକ୍ରମ, ଯେମିତିକି ୧୯୯୭ରେ ରାଜକୁମାରୀ ଡାଏନାଙ୍କ ଅନ୍ତିମ ସଂସ୍କାର, ୨୦୧୨ରେ ଲଣ୍ଡନ ଅଲିମ୍ପିକ୍ସ ଓ ରାଜ ପରିବାରର ବିବାହ ଉତ୍ସବ ତୁଳନାରେ ମହାରାଣୀଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଏହାଠାରୁ ଅଧିକ ଜନତା ପହଞ୍ଚିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri