ଅଂଶୁଘାତ ନେଲାଣି ୧୦୦ରୁ ଊର୍ଦ୍ଧ୍ୱ ଜୀବନ

ଲକ୍ଷ୍ନୌ/ପାଟନା/ଭୁବନେଶ୍ୱର(ଅନୁରାଧା ମହାରଣା),୧୯ା୬: ମୌସୁମୀ ଆଗମନରେ ବିଳମ୍ବ ହେତୁ ଦେଶର ବିଭିନ୍ନ ଭାଗରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ଉତ୍ତର ପ୍ରଦେଶ, ବିହାର, ତାମିଲନାଡୁ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ସମେତ ଅନ୍ୟ କେତେକ ରାଜ୍ୟରେ ଆଉ ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ରୌଦ୍ରତାପ ଲାଗିରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସତର୍କତା ଜାରି କରିଛି। ଓଡ଼ିଶା ସମେତ ଉତ୍ତର ଭାରତରେ ସର୍ବାଧିକ ଖରା ଅନୁଭୂତ ହେଉଛି। ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ବିହାର ଓ ଉତ୍ତର ପ୍ରଦେଶରେ ଗତ ୩ ଦିନ ମଧ୍ୟରେ ଅଂଶୁଘାତରେ ୧୦୧ ଜଣଙ୍କ ପ୍ରାଣହାନି ଘଟିଥିବା ସରକାରୀ ଭାବେ କୁହାଯାଉଥିଲେ ହେଁ ପ୍ରକୃତ ମୃତ୍ୟୁସଂଖ୍ୟା ଆହୁରି ଅଧିକ ହେବ। ସେହିପରି ଓଡ଼ିଶାରେ ୨୦ଜଣଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଥିବା ଅଭିଯୋଗ ଆସିଛି। ସେଥିମଧ୍ୟରୁ ବାଲେଶ୍ୱରରେ ଜଣଙ୍କର ମୃତ୍ୟୁ ଅଂଶୁଘାତ ଜନିତ ବୋଲି ସ୍ପଷ୍ଟ ହୋଇଥିବାବେଳେ ଅନ୍ୟ ଅଭିଯୋଗଗୁଡ଼ିକ ସମ୍ପର୍କରେ ଜିଲାପାଳମାନଙ୍କ ଦ୍ୱାରା ତଦନ୍ତ କରାଯାଉଥିବା ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ରିପୋର୍ଟ ଅନୁସାରେ ଜୁନ୍‌ ୧୫, ୧୬ ଓ ୧୭ରେ ଉତ୍ତରପ୍ରଦେଶର ବାଲିଆସ୍ଥିତ ଜିଲା ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୪୦୦ ଜଣଙ୍କ ମଧ୍ୟରୁ ୫୭ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୬୦ରୁ ଅଧିକ ବୋଲି ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଜୟନ୍ତ କୁମାର ସୂଚନା ଦେଇଛନ୍ତି। ବିହାରରେ ମଧ୍ୟ ଅନୁରୂପ ସ୍ଥିତି ଲାଗିରହିଛି। ବିହାରରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି।
ସେମାନଙ୍କ ମଧ୍ୟରୁ ୩୫ ଜଣ କେବଳ ପାଟନାରେ ପ୍ରାଣ ହରାଇଛନ୍ତି। ଏହି ୨ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ରୁ ୪୫.୨ ଡିଗ୍ରୀ ସେଲ୍‌ସିୟସ୍‌ ରହିଛି। ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟରେ ଖରାଛୁଟି ଅବଧି ବଢ଼ାଇ ଦିଆଯାଇଛି।
ଓଡ଼ିଶାରେ ଚଳିତବର୍ଷ ହିଟୱେଭ୍‌ ଗତ ୧୦ବର୍ଷର ରେକର୍ଡ ଭଙ୍ଗ କରିଛି। ଚଳିତମାସ ପ୍ରଥମ ସପ୍ତାହରୁ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆର୍ଦ୍ରତା ଅଧିକ ରହୁଥିବା କାରଣରୁ ଅସହ୍ୟ ଗୁଳୁଗୁଳିରେ ଜନସାଧାରଣ ଛଟପଟ ହେଉଛନ୍ତି। ଲଗାତର ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଉପରେ ରହୁଛି। ବିଶେଷକରି ପଶ୍ଚିମଓଡ଼ିଶାରେ ତାତିର ପ୍ରକୋପ ସବୁଠୁ ଅଧିକ ଅନୁଭୂତ ହେଉଛି। ସ୍ବାଭାବିକ ଭାବେ ଜୁନ ୧୧ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁଥାଏ। ମାତ୍ର ଚଳିତବର୍ଷ ୧୯ରୁ ୨୨ ତାରିଖ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁପାରେ। ପରିବେଶ ପରିବର୍ତ୍ତନର ପ୍ରଭାବରେ ମୌସୁମୀ ଆଗମନ ଓ ବୃଷ୍ଟିପାତରେ ଅନିଶ୍ଚିତତା ଦେଖିବାକୁ ମିଳୁଛି। ବର୍ତ୍ତମାନ ଓଡ଼ିଶାରେ ଲୋକେ ପ୍ରବଳ ଗରମରେ ଦହଗଞ୍ଜ ହେଉଥିବାବେଳେ ଆସାମରେ ଅତ୍ୟଧିକ ବର୍ଷାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ରବିବାର ରାଜ୍ୟର ପଶ୍ଚିମାଞ୍ଚଳରେ ପାରଦ ୪୬ ଡିଗ୍ରୀ ଛୁଇଁଥିବାବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପାରଦ ୪୦ ଡିଗ୍ରୀ ପାର କରିଛି। ୭ ସହରରେ ତାପମାତ୍ରା ୪୫ ଡିଗ୍ରୀ ସେଲ୍‌ସିୟସ୍‌ ଉପରେ ରହିଥିବାବେଳେ ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୬ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ ହୋଇଛି। ସେହିଭଳି ସୋନପୁରରେ ୪୫.୮, ହୀରାକୁଦ ଓ ବୌଦ୍ଧରେ ୪୫.୫, ଝାରସୁଗୁଡ଼ାରେ ୪୫.୨, ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ୪୫, ବରଗଡ଼ରେ ୪୪.୨, ଟିଟିଲାଗଡ଼ ଓ ରାଉରକେଲାରେ ୪୩.୫, ନୟାଗଡ଼ରେ ୪୩.୪ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧.୬ ଡିଗ୍ରୀ ଏବଂ କଟକରେ ୪୦.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ୨୨ ସହରରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଉପରେ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେବଳ ଦିନ ନୁହେଁ ରାତିରେ ମଧ୍ୟ ପାରଦ ୩୩ରୁ ୩୫ ଡିଗ୍ରୀ ରେକର୍ଡ କରାଯାଉଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ୨୦ ତାରିଖରୁ ପରବର୍ତ୍ତୀ ୨ଦିନ ମଧ୍ୟରେ ରାଜ୍ୟରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲ୍‌ସିୟସ୍‌ ଯାଏ ତଳକୁ ଖସିପାରେ। ୨୧ରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାବେଳେ ୨୨ ଜୁନ୍‌ରେ କିଛି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଆକାଶ ମୁଖ୍ୟତଃ ମେଘାଚ୍ଛନ୍ନ ରହିବ। ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ସୋମବାର ୮ ଜିଲାକୁ ହିଟ୍‌ ୱେଭ୍‌ ନେଇ ସତର୍କତା ଜାରି କରାଯାଇଛି। ୧୦ ଜିଲାକୁ ଅରେଞ୍ଜ ଓ ୮ ଜିଲାକୁ ୟେଲୋ ୱାର୍ନିଂ ଦିଆଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲାକୁ ଅରେଞ୍ଜ ୱାର୍ନିଂ ରହିଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ମୟୂରଭଞ୍ଜ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ କେନ୍ଦୁଝର ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ୨୦ ତାରିଖରେ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ନେଇ ସମ୍ବଲପୁର, ବରଗଡ଼, ସୋନପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ଯାଏ ପାଗରେ କିଛି ବିଶେଷ ପରିବର୍ତ୍ତନ ନାହିଁ। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ ଲୋକଙ୍କୁ ଘରେ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଅପରାହ୍ନ ସମୟରେ କାଳବୈଶାଖୀ ନେଇ ମଧ୍ୟ ୧୫ ଜିଲାକୁ ୟେଲୋ ୱାର୍ନିଂ ଦିଆଯାଇଛି। ସେହି ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

 

 


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri