Posted inଜାତୀୟ

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଶିଶୁ, ମହିଳା ଓ ବୟସ୍କ ବ୍ୟକ୍ତି ରହିଛନ୍ତି । ଏକାଧିକ ଶିଶୁଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି । ସମସ୍ତଙ୍କୁ ସିଦ୍ଧାର୍ଥନଗର ମେଡିକାଲ କଲେଜରେ ଚିକିତ୍ସା କରାଯାଉଛି।

ସୂଚନା ଅନୁସାରେ, ଖେସରା ଥାନା ଅଞ୍ଚଳର କଲନାଖୋର, ପେଡ଼ାରୀ ସମେତ ଆଖପାଖର ୨ରୁ ୩ଟି ଗାଁରେ ଜଣେ ସ୍ଥାନୀୟ ଗୁପଚୁପ ବିକାଳି ବୁଲି ବୁଲି ଗୁପ୍‌ଚୁପ୍‌ ବିକ୍ରି କରୁଥିଲେ। ଗ୍ରାମବାସୀ ତାଙ୍କଠାରୁ ଗୁପଚୁପ ଖାଇଥିଲେ। ଏହାର କିଛି ସମୟ ପରେ ଲୋକଙ୍କୁ ବାନ୍ତି, ମୁଣ୍ଡ ବୁଲାଇବା ଓ ପେଟ ଯନ୍ତ୍ରଣା ଭଳି ସମସ୍ୟା ଦେଖାଦେଇଥିଲା। ଜଣଙ୍କ ପରେ ଜଣେ ଅସୁସ୍ଥ ହେବାରୁ ଗାଁରେ ଆତଙ୍କ ଖେଳିଯାଇଥିଲା।

ପ୍ରଥମେ ପରିବାର ଲୋକେ ଅସୁସ୍ଥଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ସ୍ଥିତିରେ ସୁଧାର ନଆସିବା ସହ ବାନ୍ତି, ଝାଡ଼ା ଓ ପେଟ ଯନ୍ତ୍ରଣା ବଢ଼ିବାରୁ ସେମାନଙ୍କୁ ଖେସରା ସାମୁଦାୟିକ ସ୍ୱାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ଏବଂ ନିକଟସ୍ଥ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (ପିଏଚ୍‌ସି)କୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅନେକ ରୋଗୀଙ୍କୁ ଜିଲା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ହସ୍ପିଟାଲରେ ଭର୍ତ୍ତି ଅଧିକାଂଶ ରୋଗୀଙ୍କ ସ୍ଥିତି ବର୍ତ୍ତମାନ ସ୍ଥିର ଥିବା କୁହାଯାଉଛି। ତେବେ କିଛି ଛୋଟ ପିଲାଙ୍କ ଅବସ୍ଥା ଗୁରୁତର ରହିଛି। ଡାକ୍ତରୀ ଟିମ୍‌ ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ନିରନ୍ତର ନଜର ରଖିବା ସହ ଚିକିତ୍ସା ଜାରି ରଖିଛନ୍ତି। ଦୀପାବଳି ଦିନ ଏତେ ସଂଖ୍ୟକ ଲୋକ ଅସୁସ୍ଥ ହେବା ଘଟଣାରେ ପୀଡ଼ିତ ପରିବାର ଚିନ୍ତାରେ ପଡ଼ିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?