Posted inଜାତୀୟ

ପୋଷ୍ଟାଲ ପାର୍ସଲରୁ ମିଳିଲା ୧୦୦ରୁ ଅଧିକ ସ୍ପାଇଡର

ନୂଆଦିଲ୍ଲୀ,୨।୭: ପୋଲାଣ୍ଡରୁ ଆସିଥିବା ଏକ ପୋଷ୍ଟାଲ ପାର୍ସଲରୁ ଚେନ୍ନାଇ ବିମାନ ବନ୍ଦରର କଷ୍ଟମ ଅଧିକାରୀଙ୍କୁ ମିଳିଛି ୧୦୭ଟି ଜୀବନ୍ତ ସ୍ପାଇଡର। ଏକ ବିବୃତିରେ କୁହାଯାଇଛି, ପାର୍ସଲରେ ତାମିଲନାଡୁର ଅରୁପୁକୋଟାଇଙ୍କ ଠିକଣା ରହିଛି। ପାର୍ସଲ ଖୋଲାଯିବା ପରେ ଏକ ଥର୍ମୋକଲ ବକ୍ସ ମିଳିଥିଲା। ସେଥିରେ ୧୦୭ଟି ଛୋଟ ପ୍ଲାଷ୍ଟିକ ଭାୟାଲକୁ ସିଲଭର ଫଏଲ ଓ କଟନରେ ଘୋଢ଼ାଇ ରଖାଯାଇଥିଲା। ତାହାକୁ ଯାଞ୍ଚ କରିବା ପରେ ଜୀବନ୍ତ ସ୍ପାଇଡର ଉଦ୍ଧାର ହୋଇଛନ୍ତି।

ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ (ଡବ୍ଲ୍ୟୁସିସିବି) ଓ ଦେଶର ଜୁଲୋଜିକାଲ ସର୍ଭେ(ଏସ୍‌ଆରସି)ଙ୍କୁ ସ୍ପାଇଡରଙ୍କ ପ୍ରଜାତି ଚିହ୍ନଟ କରିବା ପାଇଁ ଡକା ଯାଇଥିଲା। ଫୋନୋପେଲମା ଓ ବ୍ରାଚିପେଲମା ପ୍ରଜାତିର ସ୍ପାଇଡର ବୋଲି ସେମାନେ ସନ୍ଦେହ କରୁଛନ୍ତି। ଏହି ପ୍ରଜାତିର ସ୍ପାଇଡର ଦକ୍ଷିଣ ଓ ମଧ୍ୟ ଆମେରିକା ଏବଂ ମେକ୍ସିକୋରେ ମିଳନ୍ତି। ତେବେ ପ୍ରାଣୀ କ୍ୱାରେଣ୍ଟିନ ଅଧିକାରୀଙ୍କ ମତରେ ସ୍ପାଇଡର ଭର୍ତ୍ତି ପାର୍ସଲ ଭାରତକୁ ଅଣାଯିବା ବେଆଇନ ନୁହେଁ।

କଷ୍ଟମ ଆଇନ ୧୯୬୨ ଅଧୀନରେ ସ୍ପାଇଡରଙ୍କୁ ଜବତ କରାଯାଇ ପୋଷ୍ଟାଲ ଅଧିକାରୀଙ୍କୁ ପୋଲାଣ୍ଡ ଫେରାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri