Posted inଜାତୀୟ

ବାଦଲ ଫଟା ବର୍ଷାରେ ବୁଡ଼ିଗଲା ୧୦ ହଜାର କୋଟିରୁ ଅଧିକ: ରାଜ୍ୟ ବର୍ଷେ ପଛୁଆ…

ଶିମଲା,୧୬।୮ : ହିମାଚଳ ପ୍ରଦେଶରେ ମୌସୁମୀ ବିପର୍ଯ୍ୟୟ ଜାରି ରହିଛି। ବାଦଲ ଫଟା ବର୍ଷା ଯୋଗୁ ବନ୍ୟା ଓ ଭୂସ୍ଖଳନ ଯୋଗୁ ରାଜ୍ୟର ୧୦ ହଜାର କୋଟିରୁ ଅଧିକ ଟଙ୍କାର କ୍ଷୟକ୍ଷତି ହୋଇଛି। ଏହା ସହିତ ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ରାଜ୍ୟ ବର୍ଷେ ପଛୁଆ ହୋଇ ଯାଇଛି। ବନ୍ୟା ମୃତ୍ୟୁ ସଂଖ୍ୟା ୬୦ରେ ପହଞ୍ଚିଛି। ଅଧିକାରୀଙ୍କ କହିବାନୁସାରେ, ବିଭିନ୍ନ କାରଣରୁ ମୌସୁମୀ ଋତୁରେ ୨୬୦ ଜଣଙ୍କ ମୃତ୍ୟୁ ଘଟିଛି। ୨୬୦ ଜଣଙ୍କ ମଧ୍ୟରୁ ୬୬ ଜଣଙ୍କର ଭୂସ୍ଖଳନ ଏବଂ ବନ୍ୟା ଯୋଗୁଁ ମୃତ୍ୟୁ ଘଟିଛିି।

ସଡ଼କ ଦୁର୍ଘଟଣା କିମ୍ବା ଅନ୍ୟାନ୍ୟ କାରଣରୁ ୧୯୧ ଜଣଙ୍କ ମୃତ୍ୟୁ ଘଟିଛି। ୩୨ ଜଣ ନିଖୋଜ ଥିବାବେଳେ ୨୯୦ ଜଣ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ରାଜ୍ୟରେ ୧୩୭୬ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ଏପର୍ଯ୍ୟନ୍ତ ୭୯୩୫ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି ।

୨୭୦ ଟି ଦୋକାନ କ୍ଷତିଗ୍ରସ୍ତ ହୋଇଛି ଏବଂ ୨୭୨୭ ଟି ଗୋଶାଳା ନଷ୍ଟ ହୋଇଯାଇଛି। ସରକାରୀ ତଥ୍ୟ ଅନୁଯାୟୀ, ରାଜ୍ୟରେ ଏପର୍ଯ୍ୟନ୍ତ ୯୦ ଭୂସ୍ଖଳନ, ୧୭୦ ଥର ବାଦଲ ଫଟା ବର୍ଷା ଏବଂ ୫୫ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜ୍ୟରେ ୨ଟି ଜାତୀୟ ରାଜପଥ ସମେତ ପ୍ରାୟ ୮୫୭ ରାସ୍ତା ବନ୍ଦ ରହିଛି। ୪୨୮୫ ବିଦ୍ୟୁତ ଯୋଗାଣ ଯୋଜନା ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇଛି ଏବଂ ୮୮୯ ଜଳ ଯୋଗାଣ ଯୋଜନା ବାଧାପ୍ରାପ୍ତ ହୋଇଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ରାଜ୍ୟର ୧୨ ଜିଲା ମଧ୍ୟରୁ ୧୧ଟିରେ ସଙ୍କଟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri