Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ଏସବୁ ଉପହାର ହେବ ନିଲାମ

ନୂଆଦିଲ୍ଲୀ,୧୭।୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶବିଦେଶରୁ ମିଳିଥିବା ୧,୩୦୦ରୁ ଊର୍ଦ୍ଧ୍ୱ ଉପହାରକୁ ତାଙ୍କ ଜନ୍ମଦିନ ଅବସରରେ ବୁଧବାର ଇ-ନିଲାମ କରାଯିବ। ଉକ୍ତ ଉପହାର ମଧ୍ୟରେ ରାମ ଦରବାରର ତାଞ୍ଜୋର ପେଣ୍ଟିଂ, ଧାତବ ନଟରାଜ ମୂର୍ତ୍ତି, ହାତବୁଣା ନାଗା ଶାଲ୍‌, ୨୦୨୪ ପାରାଅଲିମ୍ପିକ୍‌ ଗେମ୍‌ରୁ ମିଳିଥିବା କ୍ରୀଡ଼ା ସ୍ମାରକୀ ସେଟ୍‌ ରହିଛି। ଏହି ଅନ୍‌ଲାଇନ୍‌ ନିଲାମର ସପ୍ତମ ସଂସ୍କରଣ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ ବୋଲି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟଠାରେ ଗଣମାଧ୍ୟମ ସହ ଆଲୋଚନା ବେଳେ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଉପହାରର ପ୍ରଥମ ଇ-ଅକ୍ସନ ୨୦୧୯ ଜାନୁଆରୀରେ ହୋଇଥିଲା। ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ଉପହାର ନିଲାମରୁ ସଂଗୃହୀତ ୫୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ନମାମି ଗଙ୍ଗେ ପ୍ରକଳ୍ପକୁ ସହାୟତା ପାଇଁ ବିନିଯୋଗ ହୋଇଥିବା ଶେଖାଓ୍ବତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri