Posted inଜାତୀୟ

୧୫୦ରୁ ଅଧିକ ପିଏଫ୍‌ଆଇ-ଏସଡିପିଆଇ ସଦସ୍ୟ ଅଟକ …

ନୂଆଦିଲ୍ଲୀ, ୨୭।୯ : ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏନଆଇଏ)ଙ୍କ ନିର୍ଦ୍ଦେଶରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ଏବଂ ଏସଡିପିଆଇର ଅନେକ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଯାଇଛି। ଆଠଟି ରାଜ୍ୟରେ ଚଢ଼ାଉ ସମୟରେ ୧୫୦ ରୁ ଅଧିକପିଏଫ୍‌ଆଇ-ଏସଡିପିଆଇ ସଦସ୍ୟଙ୍କୁ ଅଟକ ରଖାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ ପଚରାଉଚରା କରାଯାଉଛି। ଦିଲ୍ଲୀ, ଉତ୍ତରପ୍ରଦେଶ, କର୍ନାଟକ, ଆସାମ, ମହାରାଷ୍ଟ୍ର, ଗୁଜୁରାଟ, ମଧ୍ୟପ୍ରଦେଶରରେ ଚଢ଼ାଉ ଜାରି ରହିଛି। ଏଥି ସହ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ବିବୃତ୍ତି ଏନେଇ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଆମେ ପିଏଫଆଇ ବିରୋଧରେ ସନ୍ଦେହଜନକ ସୂଚନା ପାଇଛୁ। ଯାହା ଉପରେ ଆଧାର କରି ଏହି ଚଢ଼ାଉ କରାଯାଇଛି। କିଛି ଲୋକଙ୍କୁ ଗିରଫ କରାଯାଇଛି।

କର୍ନାଟକର ୭୫ ରୁ ଅଧିକ ପିଏଫ୍‌ଆଇ-ଏସଡିପିଆଇ ସଦସ୍ୟଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ବିରୋଧରେ ସିଆରପିସି ଧାରା ୧୦୮,୧୫୧ ଅନ୍ତର୍ଗତ ମାମଲା ରୁଜୁ ହୋଇଛି। ସେହିପରି ଆସାମରୁ ୨୫ ଜଣଙ୍କୁ ମଧ୍ୟ ଅଟକ ରଖାଯାଇଛି। ଉତ୍ତରପ୍ରଦେଶର ୧୨ରୁ ଅଧିକଙ୍କୁ ଅଟକ ରଖାଯାଇ ପଚରାଉଚରା ଜାରି ରହିଛି। ଦିଲ୍ଲୀରେ ୩୦ ରୁ ଅଧିକ ଅଟକ ରହିଛନ୍ତି। ଦିଲ୍ଲୀର ନିଜାମୁଦ୍ଦିନ, ଶାହିନ ବାଗ ସମେତ ବିଭିନ୍ନ ସ୍ଥାନରେ ପିଏଫଆଇ ସହ ସମ୍ପୃକ୍ତ ସ୍ଥାନରେ କେନ୍ଦ୍ରୀୟ ଏଜେନ୍ସି ଏବଂ ଦିଲ୍ଲୀ ପୋଲିସ ଦ୍ୱାରା ମିଳିତ ଚଢ଼ାଉ ଚାଲିଛି। ମହାରାଷ୍ଟ୍ର ପୋଲିସର ସୂଚନାନୁସାରେ, ପିଏଫ୍‌ଆଇ ସହ ଜଡିତ ପ୍ରାୟ ୪୦ ଜଣଙ୍କୁ ବର୍ତ୍ତମାନ ପର୍ଯ୍ୟନ୍ତ ଔରଙ୍ଗାବାଦ, ସୋଲାପୁର, ଅମରାବତୀ, ପୁଣେ, ଥାଣେ ଏବଂ ମୁମ୍ବାଇରୁ ଗିରଫ କରାଯାଇଛି। ମଧ୍ୟପ୍ରଦେଶର ଭୋପାଳ, ଉଜ୍ଜୟନୀ, ଇନ୍ଦୋର ସମେତ ଆଠଟି ଜିଲାରେ ଚଢ଼ାଉ କରାଯାଇ ୨୨ ଜଣଙ୍କୁ ଅଟକ ରଖାଯାଇଛି। ସେହିପରି ଗୁଜୁରାଟରୁ ୧୦ ଜଣଙ୍କୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri