ଓଡ଼ିଶାରେ ଗଡୁଛି ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ: ଭୁବନେଶ୍ୱରରେ ୧୨ଟି ଚାର୍ଜିଂ ଷ୍ଟେସନ୍

ଭୁବନେଶ୍ୱର,୪ା୧୨: ଓଡ଼ିଶାରେ ଏପର୍ଯ୍ୟନ୍ତ ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ (EV) ପଞ୍ଜୀକୃତ ହୋଇ ରାସ୍ତାରେ ଚାଲୁଛି। ଗୁରୁବାର ବିଧାନସଭାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରିକ୍‌ ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ବିଭିନ୍ନ ବର୍ଗରେ ମୋଟ ୩୪୦.୯୫ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।
ବିଭିନ୍ନ ସରକାରୀ ବିଭାଗ ଓ ଏଜେନ୍ସି ଏପର୍ଯ୍ୟନ୍ତ ୬୮୦ଟି ଇଲେକ୍ଟ୍ରିକ୍‌ ଯାନ କିଣିଛନ୍ତି। ବର୍ତ୍ତମାନ ଭୁବନେଶ୍ୱରରେ ୧୨ଟି ଇଲେକ୍ଟ୍ରିକ୍‌ ଯାନ ଚାର୍ଜିଂ ଷ୍ଟେସନ୍‌ କାର୍ଯ୍ୟକ୍ଷମ ରହିଛି।

ନୂତନ ଇଲେକ୍ଟ୍ରିକ୍‌ ଯାନ ନୀତିକୁ ସରକାରୀ ଅନୁମୋଦନ ମିଳିବା ପରେ ଅତିରିକ୍ତ ସୁବିଧା ଘୋଷଣା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ସେପ୍ଟେମ୍ବରରେ ଜାରି ହୋଇଥିବା ଖସଡ଼ା ଓଡ଼ିଶା ଇଲେକ୍ଟ୍ରିକ୍‌ ଯାନ (EV) ନୀତି-୨୦୨୫ ଅନୁଯାୟୀ, ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟରେ ଥିବା ସମସ୍ତ ଗାଡ଼ିକୁ ୬ ମାସ ମଧ୍ୟରେ EVରେ ପରିବର୍ତ୍ତନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହା ସହିତ ୧୨ ମାସ ମଧ୍ୟରେ ସ୍କୁଲ୍‌, ଶିକ୍ଷାନୁଷ୍ଠାନ, ଆମ୍ବୁଲାନ୍ସ ଏବଂ ପିସିଆର୍ ଭ୍ୟାନ୍‌କୁ ମଧ୍ୟ ଇଲେକ୍ଟ୍ରିକ୍‌ ଯାନରେ ରୂପାନ୍ତରିତ କରାଯିବ।

ନୂଆ ନୀତିରେ ପରିବହନ କ୍ଷେତ୍ରରେ ବ୍ୟବହୃତ EV ଗାଡ଼ିଗୁଡ଼ିକ ପାଇଁ ବଡ଼ ଧରଣର ପ୍ରୋତ୍ସାହନ ରାଶି ରଖାଯାଇଛି, ଯେପରିକି ଟ୍ରାନ୍ସପୋର୍ଟ ପାଇଁ ବ୍ୟବହୃତ ଇଲେକ୍ଟ୍ରିକ୍‌ କାର୍‌ ଉପରେ ଏକକାଳୀନ ୨ ଲକ୍ଷ ଟଙ୍କା।

ସାମ୍ବାଦିକମାନଙ୍କ ପାଇଁ ପେନସନ୍‌ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଂଗଠନ ପକ୍ଷରୁ ଏହି ଦାବି ହୋଇଛି ଏବଂ ପ୍ରସ୍ତାବ ଉପରେ ବିଚାର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri